କେତେ ବନ୍ଧକ ଜୀବିତ ତାହା ଅଜଣା, ହମାସର ମନ୍ତବ୍ୟ ନେଇ ଭୟଭୀତ ଲୋକେ…

ଜେରୁଜେଲମ,୨।୧୨ : ଅସ୍ତ୍ରବିରତି ପରେ ଇସ୍ରାଏଲ-ହମାସ ଯୁଦ୍ଧ ଏବେ ଚରମ ସ୍ଥିତିରେ ରହିଛି। ଇସ୍ରାଏଲ ପୁଣିଥରେ ନିଜର ସାମରିକ କାର୍ଯ୍ୟ ଆରମ୍ଭ କରିଛି। ଏହି ସମୟରେ, ହମାସ ଏକ ଭୟଭୀତ କଲାଭଳି ବିବୃତ୍ତି ଦେଇ କହିଛି ଗାଜା ଅଞ୍ଚଳରେ କେତେ ଜଣ ବନ୍ଧକ ଅଛନ୍ତି ତାହା ଆମେ ଜାଣି ନାହୁଁ। ବେଳେ ହମାସର ରାଜନୈତିକ ଦଳର ନେତା ଗାଜି ହେମାଦ କହିଛନ୍ତି ଗାଜାରେ କୌଣସି ବନ୍ଧକ ଜୀବିତ ଅଛନ୍ତି କି ନାହିଁ ସେ ଜାଣି ନାହାନ୍ତି। ହମାସ ନେତାଙ୍କ ଏପରି ବିବୃତ୍ତିରେ ସଭିଏଁ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏଥି ସହିତ, ଇସ୍ରାଏଲ ହମାସର ଏହି ବିବୃତ୍ତି ଉପରେ କଡ଼ା ପ୍ରତିକ୍ରିୟା ଦେଇଛି ଏବଂ ଏହାକୁ ଅମାନବୀୟ ବୋଲି କହିଛି।

ଇସ୍ରାଏଲ ବାହିନୀ ଆଇଡିଏଫ ହମାସର ଜଣେ ନେତା ଏବଂ ଜଣେ ଖବରଦାତାଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଭିଡିଓ ଶେୟାର କରି କହିଛି ହମାସ ନିରୀହ ଲୋକଙ୍କ ଜୀବନ ପ୍ରତି ଅସମ୍ମାନ ପ୍ରଦର୍ଶନ କରିଛି। ତାଙ୍କ ସାକ୍ଷାତକାରରେ ହେମାଦ ାଜାରେ ହାମାସର ବନ୍ଧକ ୧୦ ମାସର କଫିର ବିବାସଙ୍କ ମୃତ୍ୟୁ, ତାଙ୍କର ୪ ବର୍ଷର ଭାଇ ଆରିଏଲ ବିବାସ ଏବଂ ସେମାନଙ୍କ ମା ଶିରି ବିବାସଙ୍କ ମୃତ୍ୟୁ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଆତଙ୍କବାଦୀ ଗୋଷ୍ଠୀ ଦାବି କରିଛି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଏହି ପରିବାରକୁ ହତ୍ୟା କରାଯାଇଛି, ଇସ୍ରାଏଲ କହିଛି ସେମାନେ ଏହାର ତଦନ୍ତ କରୁଛନ୍ତି। ହମାସ ନେତା ଇସ୍ରାଏଲକୁ ଧମକ ଦେଇ କହିଛନ୍ତି ଏଭଳି କାର୍ଯ୍ୟ ପାଇଁ ପରିଣାମ ଭୋଗ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri