ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି। ନବୀନ ତାଙ୍କ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟକରି କହିଛନ୍ତି, ୩ ମାସରୁ ଅଧିକ ସମୟ ଧରି ରାଜ୍ୟର ଲକ୍ଷାଧିକ ସାମାଜିକ ସୁରକ୍ଷା ଅଧୀନରେ ହିତାଧିକାରୀ ଭତ୍ତା ନ ପାଇ ବ୍ୟାପକ ସମସ୍ୟାର ସାମ୍ନା କରୁଛନ୍ତି। ଭତ୍ତା ପାଇଁ ଲୋକେ ଜୀବନ ହାରିବା ପରି ଖବର ମଧ୍ୟ ଗଣମାଧ୍ୟମର ଶିରୋନାମା ପାଲଟିଛି, ଯାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ନିର୍ବାଚନ ସମୟରେ ଭତ୍ତା ବଢ଼ାଇବାର ମିଛ ପ୍ରତିଶ୍ରୁତି ଦେଇ ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଥିଲା। ମାତ୍ର ବର୍ତ୍ତମାନ ଯାଏ ଭତ୍ତା ବଢ଼ାଇବା ଦୂରେଥାଉ ହିତାଧିକାରୀଙ୍କୁ ପୂର୍ବରୁ ମିଳୁଥିବା ଭତ୍ତାକୁ ମଧ୍ୟ ସରକାର ପ୍ରଦାନ କରିବାରେ ଅସମର୍ଥ। ଏହା ଅନେକ ବୟସ୍କ ଲୋକ, ମହିଳାଙ୍କୁ ହତାଶ ଓ ଯନ୍ତ୍ରଣା ଭିତରକୁ ଠେଲିଦେଇଛି। ଭତ୍ତା ଉପରେ ନିର୍ଭରକରି ଜୀବନ ଅତିବାହିତ କରୁଥିବା ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଏ ଜୀବନ ରକ୍ଷାକାରୀ ଓଷଧ କିଣିପାରୁନାହାନ୍ତି ତ କିଏ ଭୋକଉପାସରେ ରହୁଛନ୍ତି। ଲୋକଙ୍କ ଦୁର୍ଦ୍ଦଶା ଜନମାନସକୁ ଆନ୍ଦୋଳିତ କରୁଥିବା ବେଳେ ସରକାର ଚୁପ୍‌ ବସିଛନ୍ତି। ଲୋକଙ୍କୁ ହତାଶ ଭିତରକୁ ଠେଲି ନ ଦେଇ ତୁରନ୍ତ ଭତ୍ତା ପ୍ରଦାନର ବ୍ୟବସ୍ଥା କରାଯାଉ। ମୁଖ୍ୟମନ୍ତ୍ରୀ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଲୋକଙ୍କ ସାମାଜିକ ସୁରକ୍ଷା ସୁନିଶ୍ଚିତ କରନ୍ତୁ ବୋଲି ନବୀନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri