୬ରେ ଆଉ ଏକ ଲଘୁଚାପ: ବଢ଼ିପାରେ ବର୍ଷା

ଭୁବନେଶ୍ୱର,୩।୯(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏ ନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ୭ ତାରିଖ ବେଳକୁ ଓଡ଼ିଶା ଆଡ଼କୁ ମୁହାଁଇବ। ଏଥିଯୋଗୁ ସାରା ରାଜ୍ୟରେ ବର୍ଷା ହେବ। ବିଶେଷକରି ଦକ୍ଷିଣ-ପଶ୍ଚିମ ଜିଲାଗୁଡ଼ିକରେ ଅଧିକ ବର୍ଷା ହେବା ସମ୍ଭାବନା ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ୬ ତାରିଖ ସାରୁ ବର୍ଷା ପରିମାଣ ବଢ଼ିବା ସହ ୭ ତାରିଖ ପର୍ଯ୍ୟନ୍ତ ଜୋର୍‌ରେ ବର୍ଷିବ। ୮ ତାରିଖରେ ମଧ୍ୟ କିଛି ପରିମାଣରେ ବର୍ଷା ହୋଇପାରେ। ଏହା ପରେ ଲଘୁଚାପ ପ୍ରଭାବ କମିବାକୁ ଲାଗିବ। ଓଡ଼ିଶା ଉପକୂଳ ଅତିକ୍ରମ କରିବା ପରେ ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ତେଣୁ ସାଧାରଣତଃ ୨ ଦିନ ପାଇଁ ଓଡ଼ିଶାରେ ଏହାର ପ୍ରଭାବ ରହିବ। ଅଗଷ୍ଟରେ ଓଡ଼ିଶାରେ ବହୁତ କମ୍‌ ପରିମାଣରେ ବର୍ଷା ହୋଇଛି। ତେବେ ସେପ୍ଟେମ୍ବରରେ ଏହା ସାମାନ୍ୟରୁ ସାମାନ୍ୟ ଅଧିକ ରହିବ ବୋଲି ଆକଳନ କରାଯାଇଥିବା ଆଇଏମ୍‌ଡି ଡିଜି ମହାପାତ୍ର କହିଛନ୍ତି।ଅପରପକ୍ଷେ ରାଜ୍ୟରେ ଶୁକ୍ରବାରଠାରୁ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଶନିବାର କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ରବିବାର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତ୍‌ସିଂହପୁର ଏବଂ ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଢେଙ୍କାନାଳ, ସୋନପୁର ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏ ସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେପ୍ଟେମ୍ବର,


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri