Posted inଜାତୀୟ

ଏକ୍ସ, ୟୁଟ୍ୟୁବ୍‌ ଏବଂ ଟେଲିଗ୍ରାମକୁ ନୋଟିସ୍‌ ପଠାଇଲା ଆଇଟି ମନ୍ତ୍ରଣାଳୟ, ଜାଣନ୍ତୁ ପୁରା ମାମଲା…

ନୂଆଦିଲ୍ଲୀ,୬।୧୦: ଇଣ୍ଟରନେଟ୍‌ରେ ଶିଶୁ ଯୌନ ଶୋଷଣ ସହ ଜଡିତ ବିଷୟବସ୍ତୁ ପ୍ରତି ଭାରତ ସରକାର ବର୍ତ୍ତମାନ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବୈଦ୍ୟୁତିକ ଏବଂ ଆଇଟି ମନ୍ତ୍ରଣାଳୟର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ସ୍ପଷ୍ଟ ଶବ୍ଦରେ କହିଛନ୍ତି ଯେ ଯଦି କୌଣସି ପ୍ରକାର ଅପରାଧିକ ତଥା କ୍ଷତିକାରକ ବିଷୟବସ୍ତୁ ମିଳେ ଏବଂ ସଂପୃକ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରନ୍ତି, ତେବେ ଧାରା ୭୯ ଅନୁଯାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ ନେଇ ମନ୍ତ୍ରଣାଳୟ ଏକ୍ସ, ୟୁଟ୍ୟୁବ୍‌ ଏବଂ ଟେଲିଗ୍ରାମକୁ ମଧ୍ୟ ଏକ ନୋଟିସ ଜାରି କରି ସେମାନଙ୍କ ପ୍ଲାଟଫର୍ମରୁ ଶିଶୁ ଯୌନ ଶୋଷଣ ବିଷୟବସ୍ତୁକୁ ହଟାଇବାକୁ ଚେତାବନୀ ଦେଇଛି।

ମନ୍ତ୍ରଣାଳୟ ଦ୍ୱାରା ଜାରି ବିଜ୍ଞପ୍ତିରେ କୁହାଯାଇଛି, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡିକ ଏପରି ବ୍ୟବସ୍ଥା ଗ୍ରହଣ କରିବା ଉଚିତ, ଯାହା ଦ୍ୱାରା ଶିଶୁ ଯୌନ ଶୋଷଣ ସହ ଜଡିତ ବିଷୟବସ୍ତୁ ସ୍ବୟଂଚାଳିତ ଭାବରେ ଚିହ୍ନଟ ହୋଇ ଅବରୋଧ ହୋଇଯିବ। ଏଥିପାଇଁ ନିଜର ଆଲଗୋରିଦମକୁ ପରିବର୍ତ୍ତନ କରନ୍ତୁ ଏବଂ ଆପଣଙ୍କର ରିପୋର୍ଟ ପ୍ରଣାଳୀକୁ ମଧ୍ୟ ଉନ୍ନତ କରନ୍ତୁ। ଯଦି ଏହି ନିର୍ଦ୍ଦେଶଗୁଡିକ ପାଳନ କରାଯାଏ ନାହିଁ, ତେବେ ଏହା ଆଇଟି ଆକ୍ଟ ୨୦୨୧ର ନିୟମ ୩ (୧)(ଖ) ଏବଂ ନିୟମ ୪(୪)କୁ ଉଲ୍ଲଂଘନ ବୋଲି ଧରାଯିବ। ଯଦି ଏହା କରାଯାଇଥାଏ, ତେବେ ଆଇଟି ଆକ୍ଟର ଧାରା ୭୯ ଅନୁଯାୟୀ ସେମାନଙ୍କୁ ଆଇନଗତ ଦାୟିତ୍ୱରୁ ରକ୍ଷା କରୁଥିବା ସୁରକ୍ଷା ପ୍ରତ୍ୟାହାର କରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri