୧୦ ତାରିଖ ବେଳକୁ ଏହି ସବୁ ଜିଲାରେ ବର୍ଷା!

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଜି ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ତେବେ ବାତ୍ୟାର ପ୍ରଭାବ ରାଜ୍ୟ ଉପରେ ସିଧାସଳଖ ପ୍ରଭାବ ପଡିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ଅନୁଯାୟୀ, ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲାରେ ୧୦ ତାରିଖ ବେଳକୁ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଅନ୍ୟପଟେ, ଆଗାମୀ ୩ ଦିନ ଯାଏ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନ ଥିବା ବେଳେ ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ର ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri