୧୮ରେ ବର୍ଷା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ସ୍ବଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ କମ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଆସନ୍ତା ୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ହାଲକା ବର୍ଷା ହୋଇପାରେ । ଏହାବାଦ ରାଜ୍ୟର ଅନ୍ୟ ଜିଲାରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ୱାସଙ୍କ କହିବାନୁଯାୟୀ, ଫୁଲବାଣୀରେ ଆଜି ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ଥିଲା ।