ପୋଷ୍ଟ ଅଫିସ୍‌ରେ ହେବ ଆୟକର ରିଟର୍ନ

ଭୁବନେଶ୍ୱର,୧୮।୭: ଦେଶର ସମସ୍ତ କରଦାତାଙ୍କ ପାଇଁ ରିଟର୍ନ ଦାଖଲ କରିବା ପ୍ରକ୍ରିୟାକୁ ଆହୁରି ସରଳ କରିଛି ଆୟକର ବିଭାଗ। ବର୍ତ୍ତମାନ କରଦାତା ନିକଟରେ ଥିବା ଡାକଘରେ ସେମାନଙ୍କର ଆୟକର ରିଟର୍ନ (ଆଇଟିଆର୍‌) ଦାଖଲ କରିପାରିବେ ବୋଲି କୁହାଯାଇଛି। ଏହା ପୂର୍ବରୁ ୧୪ ଜୁଲାଇରେ ଇଣ୍ଡିଆ ପୋଷ୍ଟ ପକ୍ଷରୁ ଟୁଇଟ୍‌ କରି ଏନେଇ ମଧ୍ୟ ସୂଚନା ଦିଆଯାଇଥିଲା। ଦେଶବ୍ୟାପୀ ଥିବା ଡାକଘରର ସିଏସ୍‌ସି କାଉଣ୍ଟରରେ ଲୋମାନଙ୍କୁ ଡାକ, ବ୍ୟାଙ୍କିଙ୍ଗ୍‌ ଏବଂ ବୀମା ଭଳି ସେବା ମିଳିପାରୁଛି। ଏହା ସହ ସରକାର ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକମାନଙ୍କୁ ଅନ୍ୟ ଇଲେକ୍‌ଟ୍ରୋନିକ୍ସ ସେବା ମଧ୍ୟ ପ୍ରଦାନ କରୁଛନ୍ତି। କରଦାତା ନୂଆ ଆୟକର ଓ୍ବେବ୍‌ସାଇଟ୍‌ ବ୍ୟତୀତ ଡାକଘର ସିଏସ୍‌ସିର ବ୍ୟବହାର କରିପାରିବେ ବୋଲି ବିଭାଗ କହିଛି। କିଛି ଟ୍ୟାକ୍ସ ପେୟର ଇଣ୍ଟରନେଟ୍‌ ବ୍ୟବହାର କରିବାକୁ ଇଚ୍ଛା ପ୍ରକାଶ କରୁ ନ ଥିବାରୁ ସେମାନଙ୍କ ପାଇଁ ପୋଷ୍ଟ ଅଫିସ୍‌ ସିଏସ୍‌ସି ସେବା ବେଶ୍‌ ସହାୟକ ହେବ। ଏହା ପୂର୍ବରୁ ୭ ଜୁନ୍‌ରେ ନୂଆ ଆୟକର ପୋର୍ଟାଲ ମଧ୍ୟ ଲଞ୍ଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri