ନାବାଳିକାଙ୍କୁ କାମ ଦେବାକୁ କହି ୬୦ ହଜାରରେ ବିକ୍ରି

କେନ୍ଦ୍ରାପଡ଼ା ଅଫିସ, ୧୪ା୫: କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ କରୁଣ କାହାଣୀ ଶୁକ୍ରବାର ଲୋକଲୋଚନକୁ ଆସିଛି। ଜଣେ ବ୍ୟକ୍ତି ନାବାଳିକାଙ୍କୁ କାମ ଦେବାକୁ ପ୍ରତିଶ୍ରୁତି ଦେଇ ମା’ବାପାଙ୍କ ପାଖରୁ ତାଙ୍କୁ ନେଇ ଯାଇଥିଲେ। କାମ କରି ଦୁଇ ପଇସା ରୋଜଗାର କରି ଘର ଲୋକଙ୍କୁ ଦେବେ ବୋଲି ଆଗ୍ରହର ସହ ନାବାଳିକା ଜଣକ ଘରୁ ଗୋଡ କାଢି ଯାଇଥିଲେ। ହେଲେ କାମ ତ ଦେବା ଦୂରର କଥା ତାଙ୍କୁ ୬୦ ହଜାର ଟଙ୍କାରେ ଉକ୍ତ ବ୍ୟକ୍ତି ବିକ୍ରି କରି ଦେଇଥିଲେ। ନାବାଳିକାଙ୍କୁ କିଣି ନେଇଥିବା ବ୍ୟକ୍ତି ଜଣଙ୍କ ତାଙ୍କୁ ପାଖରେ ରଖି ବଳାତ୍କାର କରିବା ଯୋଗୁ ସେ ଗର୍ଭବତୀ ହୋଇଥିଲେ। ପୁଅ ହେବା ପରେ ତାଙ୍କୁ ମାଡ ମାରି ବିଦା କରି ଦେଇଥିବା ନେଇ ଥାନାରେ ଗତ ୧୦ ତାରିଖରେ ଅଭିଯୋଗ ହୋଇଛି। ପୀଡ଼ିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ଝିଅର ବୟସ ୧୭। ଗତବର୍ଷ ଗଁାର ଜଣେ ବ୍ୟକ୍ତି ଏହି ଝିଅକୁ କାମରେ ଲଗାଇ ଦେବ କହି ଘରୁ ନେଇଥିଲେ। ମାସକୁ ମାସ ଦରମା ମିଳିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ବ୍ୟକ୍ତି ଜଣକ ଝିଅକୁ କଟକ ଜିଲା ଜଗତପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ୬୦ ହଜାର ଟଙ୍କାରେ ବିକ୍ରି କରିଦେଲେ। ଜଗତପୁରର ଏହି ବ୍ୟକ୍ତି ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଫଳରେ ପୀଡିତା ଗର୍ଭବତୀ ହୋଇଥିଲେ। ଶିଶୁ ଜନ୍ମ ପାଇଁ କଟକର ଏକ ଡାକ୍ତରଖାନାକୁ ନେଇଥିବା ବେଳେ ପୁଅ ଜନ୍ମ ହୋଇଥିଲା। ନାବାଳିକାଙ୍କୁ କିଣିକି ନେଇଥିବା ବ୍ୟକ୍ତି ଜଣକ ପରେ ସେଠାରୁ ଫେରାର ହୋଇଯାଇଥିଲେ। ଏ ନେଇ ନାବାଳିକା ଜଣକ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ପହଞ୍ଚତ୍ ତାଙ୍କୁ ରଖିବାକୁ ନିବେଦନ କରିଥିଲେ। ହେଲେ ଉକ୍ତ ବ୍ୟକ୍ତି ଘରେ ତ ରଖିଲେ ନାହିଁ ବରଂ ମାଡ ମାରି ବିଦା କରି ଦେଇଥିଲେ। ପୀଡ଼ିତା ଶିଶୁପୁତ୍ର ସହ ଘରକୁ ଆସିବା ପରେ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଛନ୍ତି। ଆଇଆଇସି କାଦମ୍ବିନୀ ପରିଡ଼ାଙ୍କୁ ପଚାରିବାରେ ଅଭିଯୋଗକୁ ଭିତ୍ତିକରି ତଦନ୍ତ ଜାରି ରହିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri