ଶୃଙ୍ଖଳା ରକ୍ଷା ପ୍ରଶାସନ ପାଇଁ ହେବ ଚ୍ୟାଲେଞ୍ଜ

ବରୀ,୨୩ା୨(ଡି.ଏନ.ଏ.): ଆସନ୍ତା ୨୪ ତାରିଖରେ ବରୀ ବ୍ଲକ୍‌ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତେବେ ଏହି ବ୍ଲକ୍‌ର ୩୮୦ବୁଥ୍‌ ମଧ୍ୟରୁ ୩୩୩ ବୁଥ୍‌ ବରୀ ରାମଚନ୍ଦ୍ରପୁର ଥାନା ଅଧୀନରେ ରହିଛି। ଉକ୍ତ ୩୮୦ ବୁଥ୍‌ରୁ ୨୦୧ ସମ୍ବେଦନଶୀଳ ହୋଇଥିବାବେଳେ ୬୮ ବୁଥ୍‌ ଅତି ସମ୍ବେଦନଶୀଳ ବୋଲି ଚିହ୍ନଟ କରାଯାଇଛି। ତେଣୁ ଶୁଙ୍ଖଳିତ ନିର୍ବାଚନ ପରିଚାଳନା କରିବା ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହେବ। ଅନ୍ୟପକ୍ଷରେ ପ୍ରଶାସନ ତରଫରୁ ସ୍ବଚ୍ଛ ଓ ଶୃଙ୍ଖଳିତ ନିର୍ବାଚନ ନିମନ୍ତେ ପଦକ୍ଷେପ ନିଆଯାଉଛି ବୋଲି ବ୍ଲକ୍‌ ନିର୍ବାଚନ ଅଧିକାରୀ ଶିବାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି। ମାତ୍ର ବାସ୍ତବପକ୍ଷେ ପ୍ରଶାସନର ତାଲିକାକୁ ଛାଡ଼ି ଏହି ବ୍ଲକ୍‌ର ଅନେକ ବୁଥ୍‌ ଅତି ସମ୍ବେଦନଶୀଳ ରହିଛି। ତେଣୁ ସେହି ବୁଥ୍‌ଗୁଡ଼ିକୁ ତାଲିକାଭୁକ୍ତ କରା ଯାଇ ନ ଥିବାରୁ ସେଠାରେ ବିଶୃଙ୍ଖଳା ସୃଷ୍ଟି ହେଲେ ପ୍ରଶାସନ ପାଇଁ ଏହା ଅଡୁଆ ସୃଷ୍ଟି କରିବ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି। ତେବେ ସାଧାରଣ ନିର୍ବାଚନ ହେଉ କି ପଞ୍ଚାୟତ ନିର୍ବାଚନ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ଅସାମାଜିକ ବ୍ୟକ୍ତି ବୁଥ୍‌ ଜବରଦଖଲ କରିବା ଓ ଭୋଟରଙ୍କୁ ଭୋଟ୍‌ କେନ୍ଦ୍ରରେ ପ୍ରଭାବିତ କରି ସେମାନଙ୍କ ସପକ୍ଷରେ ମତଦାନ ନେବା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। କିନ୍ତୁ ଚଳିତ ପଞ୍ଚାୟତ ନିର୍ବାଚନକୁ ସ୍ବଚ୍ଛ, ଅବାଧ ଓ ନିରପେକ୍ଷ କରିବା କ୍ଷେତ୍ରରେ ପ୍ରଶାସନ ତପତ୍ର ହୋଇ ଉଠିଛି। ମାତ୍ର ପ୍ରଥମ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଯାଜପୁର ଜିଲାରେ ବୁଥ୍‌ ଜବରଦଖଲ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ଘଟଣା ବେଶ୍‌ ଚର୍ଚ୍ଚାରେ ରହିଛି। ତେବେ ବରୀରେ ହେବାକୁ ଥିବା ନିର୍ବାଚନକୁ ପ୍ରଶାସନ କିଭଳି ଭାବେ ପରିଚାଳନା ତାହା ଦେଖିବାକୁ ଅପେକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri