ଚାଷୀଙ୍କୁ ଭଣ୍ଡାଉଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଯୋଜନା ନେଇ ବିଜେଡି ମିଛ ଅଭିଯୋଗ ଆଣିବା ସହ ରାଜନୀତି କାର୍ଡ ଖେଳୁଛି। ଚାଷୀଙ୍କୁ ଭଣ୍ଡାଇବା କାର୍ଯ୍ୟ କରୁଛି। ରାଜ୍ୟ ସରକାର ପ୍ରଥମେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରୁ ଓଡ଼ିଶାର ଚାଷୀଙ୍କୁ ବଞ୍ଚିତ କରିଥିଲେ। ଏବେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ମିଥ୍ୟା ପ୍ରଚାର କରୁଛନ୍ତି ବୋଲି ଭାଜପା ବିଧାୟକ ମୁକେଶ ମହାଲିଙ୍ଗ ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଖବରଦାତା ସମ୍ମିଳନୀରେ ମୁକେଶ କହିଛନ୍ତି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଆରମ୍ଭ ହେବା ଦିନରୁ ଓଡ଼ିଶାର ପାଖାପାଖି ୧.୭ କୋଟି ଚାଷୀ ୬୦ ଲକ୍ଷ ହେକ୍ଟର ଜମି ପାଇଁ ମୋଟ ୩୫ ହଜାର ୫୨୬.୬୦ କୋଟି ଟଙ୍କାର ବୀମା କରିଛନ୍ତି। ଓଡ଼ିଶାରେ ଚାଷୀଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ୭୦୨.୪୩ କୋଟି ଟଙ୍କା ପ୍ରମିୟମ ପୈଠ କରାଯାଇଛି। ପରବର୍ତ୍ତୀ ସମୟରେ ୨୭.୮୮ ଲକ୍ଷ ଚାଷୀଙ୍କ ପକ୍ଷରୁ ୪୬୦୦.୭୫ କୋଟି ଟଙ୍କା ଦେବା ପାଇଁ ଆବେଦନ କରାଯାଇଛି। ଯାହା ପ୍ରିମିୟମ ଠାରୁ ୬ ଗୁଣା ଅଧିକ। ଏହି ଯୋଜନା ଅଧୀନରେ ବୀମା ପାଇଁ ଆବେଦନ କରିଥିବା ଏକ ଚତୁର୍ଥାଂଶ ଚାଷୀଙ୍କ ବୀମା ଅର୍ଥ ପୈଠ କରାଯାଇଛି। ଏଥିରୁ ସ୍ପଷ୍ଟ ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଯେଉଁ ଆରୋପ ଲଗାଇଛନ୍ତି, ସେଥିରେ କିଛି ସତ୍ୟତା ନାହିଁ। ସସ୍ମିତ କିଛି ତଥ୍ୟ ନ ଜାଣି ନିଜ ଦଳ ଓ ସରକାରଙ୍କ ଅସ୍ତିତ୍ୱକୁ ବଞ୍ଚାଇ ରଖିବା ପାଇଁ ଚେଷ୍ଟା କରୁଥିବା ବିଧାୟକ ମୁକେଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri