୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ କୋହଲା ପାଗ ସହ ଝିପି ଝିପି ବର୍ଷା ହେଉଛି। ପବନର ବେଗ ମଧ୍ୟ ବଢ଼ିବାରେ ଲାଗିଛି। ରାସ୍ତାଘାଟ ଶୂନ୍‌ଶାନ ହୋଇପଡ଼ିଥିବା ବେଳେ ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଗଜପତି ଜିଲା ପ୍ରଶାସନ। ପ୍ରଶାସନ ପକ୍ଷରୁ ଗତକାଲିଠାରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି।

ଓଡ୍ରାଫର ଏକ ୩୦ ଜଣିଆ ଟିମ୍‌ ପାରଳାଖେମୁଣ୍ଡି ସଦର ମହକୁମାରେ ପହଞ୍ଚିଛନ୍ତି। ଅନ୍ୟ ଏକ ଟିମ୍‌ ଏନ୍‌ଡିଆରଏଫ୍‌ର ଅନ୍ୟ ଗୋଟେ ଟିମ୍‌ ଗୁମ୍ମା ବ୍ଲକରେ ପହଞ୍ଚିଛନ୍ତି। ଓଡ୍ରାଫ ଟିମ୍‌ ବର୍ତ୍ତମାନ ପାରଳାଖେମୁଣ୍ଡିରେ ପହଞ୍ଚି ବେତଗୁଡ଼ାଠାରେ ସଜାଗ ହୋଇ ରହିଛନ୍ତି। ଏନ୍‌ଡିଆର୍‌ଏଫ୍‌ର ଗୋଟିଏ ଟିମ୍‌ ଗୋସାଣି ବ୍ଲକରେ ପହଞ୍ଚିଛନ୍ତି।

ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭୩୭ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ସେଥି ମଧ୍ୟରେ ଗୋସାଣି ବ୍ଲକର ତିନୋଟି ଗ୍ରାମରୁ ୪୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଗୁମ୍ମା ବ୍ଲକର ୩ଟି ଗ୍ରାମରୁ ୧୮୫ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। କାଶୀନାଗର ବ୍ଲକର ତିନୋଟି ଗ୍ରାମରୁ ୯୦ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ସେହିପରି ମୋହନା ବ୍ଲକର ୯ଟି ଗ୍ରାମରୁ ୩୫୭ ଜଣ, ନୂଆଗଡ଼ର ୪ଟି ଗ୍ରାମରୁ ୯୩ ଜଣ, ରାୟଗଡ଼ ବ୍ଲକର ୧୪ଟି ଗ୍ରାମରୁ ୮୪୦ ଜଣ, ଉଦୟଗିରି ବ୍ଲକର ଦୁଇଟି ଗ୍ରାମରୁ ୩୨ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri