‘ଲଢ଼ିବାକୁ ଦୃଢ଼ ଆତ୍ମବିଶ୍ବାସ ଦରକାର’

ବାରିପଦା,୧୯ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଡ଼ ମଣିଷ ହେବା ପାଇଁ ଛାତ୍ରୀଛାତ୍ରଙ୍କୁ ଲଢ଼ିବାକୁ ପଡ଼ିବ। ଏଥିପାଇଁ ଦୃଢ ଆତ୍ମବିଶ୍ୱାସ ଦରକାର ବୋଲି ମଙ୍ଗଳବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଆମ ଓଡ଼ିଶା ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମତବ୍ୟକ୍ତ କରିଛନ୍ତି। ସେହିପରି ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ଜନ ସମାବେଶରେ ଯୋଗଦେଇ ଜିଲାର ବିକାଶ ପାଇଁ ୭୦୦ କୋଟି ଟଙ୍କାର ଅନୁଦାନ ସମ୍ପର୍କରେ ସେ ଆଲୋକପାତ କରିଥିଲେ।
ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାର ରେକର୍ଡ ସଂଖ୍ୟକ ପ୍ରତିଯୋଗୀ ଅଂଶ ଗ୍ରହଣ କରୁଥିବା ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି ପାଣ୍ଡିଆନ କହିଥିଲେ। ୫-ଟି ସ୍କୁଲ ରୂପାନ୍ତରୀକରଣ ପରେ ୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ଜିଲାର ବିଭିନ୍ନ କଲେଜର ରୂପାନ୍ତରୀକରଣ କାର୍ଯ୍ୟ ଜାରି ରହିଛି। ଦିଲ୍ଲୀ, ମୁମ୍ବାଇରେ ପଢୁଥିବା ପିଲାଙ୍କଠାରୁ ମୟୂରଭଞ୍ଜର ଛାତ୍ରୀଛାତ୍ରମାନେ କମ୍‌ ଗୁଣର ନୁହନ୍ତି ବୋଲି ପାଣ୍ଡିଆନ କହିଥିଲେ। ବିକାଶ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନୂଆ-ଓ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ସାରା ଭାରତବର୍ଷରେ ମୟୂରଭଞ୍ଜ ୧ନଂ. ଜିଲା ହୋଇଥିବା ନେଇ ସେ ପ୍ରକାଶ କରିଥିଲେ।
ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ନିମନ୍ତେ ୭ଶହ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି। ଯଶିପୁରସ୍ଥିତ ଖଇରୀ ଭଣ୍ଡନ ନଦୀରେ ବନ୍ଧ ନିର୍ମାଣ, ବାରିପଦା ସହରକୁ ବନ୍ୟା ଦାଉରୁ ରକ୍ଷା ପାଇଁ ଆଡ଼ିବନ୍ଧ ସହ ରିଂ-ରୋଡ୍‌ ନିର୍ମାଣ ପାଇଁ ୧୫୦କୋଟି ଟଙ୍କା ଅନୁଦାନର ଟେଣ୍ଡର ଶେଷ ହୋଇଛି। ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣୀ ଘାଟିର ବିକଳ୍ପ ରାସ୍ତା ନିର୍ମାଣ ପାଇଁ ୮୦କୋଟି ଟଙ୍କାର କାର୍ଯ୍ୟ ଚାଲୁ ରହିଥିବା ବେଳେ ଦେବକୁଣ୍ଡ, ଖିଚିଂ ଇତ୍ୟାଦି ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଉନ୍ନତୀକରଣ ପାଇଁ ଅନୁଦାନ ପ୍ରଦାନ କରାଯାଇଛି। କଥାରେ ନୁହେଁ କାମରେ ବିଶ୍ୱାସ କରୁଥିବା ମୁଖ୍ୟମନ୍ତ୍ରୀଙ୍କଠାରୁ ପ୍ରେରଣା ପାଇ ବାରପଦା ଆସିଛି ବୋଲି ପାଣ୍ଡିଆନ କହିଥିଲେ। ଫେବୃୟାରୀରେ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ ବୋଲି ପାଣ୍ଡିଆନ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମହିଳା, ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁସଦା, ମୋରଡ଼ା ବିଧାୟକ ରାଜକିଶୋର ଦାସ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ଏସ୍‌ଡିସି ଅଧ୍ୟକ୍ଷ ଡା. ଦେବାଶିଷ ମାର୍ଣ୍ଡି ପ୍ରମୁଖ ମଞ୍ଚାସୀନ ରହି ବିକାଶମୂଳକ କାର୍ଯ୍ୟଗୁଡ଼ିକ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ମୟୂରଭଞ୍ଜ ସାଙ୍ଗଠନିକ ଜିଲା-୨ ବିଜୁ ଜନତା ଦଳର ସଭାପତି କାଶୀନାଥ ହେମ୍ବ୍ରମ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri