‘ଲଢ଼ିବାକୁ ଦୃଢ଼ ଆତ୍ମବିଶ୍ବାସ ଦରକାର’

ବାରିପଦା,୧୯ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଡ଼ ମଣିଷ ହେବା ପାଇଁ ଛାତ୍ରୀଛାତ୍ରଙ୍କୁ ଲଢ଼ିବାକୁ ପଡ଼ିବ। ଏଥିପାଇଁ ଦୃଢ ଆତ୍ମବିଶ୍ୱାସ ଦରକାର ବୋଲି ମଙ୍ଗଳବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଆମ ଓଡ଼ିଶା ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମତବ୍ୟକ୍ତ କରିଛନ୍ତି। ସେହିପରି ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ଜନ ସମାବେଶରେ ଯୋଗଦେଇ ଜିଲାର ବିକାଶ ପାଇଁ ୭୦୦ କୋଟି ଟଙ୍କାର ଅନୁଦାନ ସମ୍ପର୍କରେ ସେ ଆଲୋକପାତ କରିଥିଲେ।
ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାର ରେକର୍ଡ ସଂଖ୍ୟକ ପ୍ରତିଯୋଗୀ ଅଂଶ ଗ୍ରହଣ କରୁଥିବା ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି ପାଣ୍ଡିଆନ କହିଥିଲେ। ୫-ଟି ସ୍କୁଲ ରୂପାନ୍ତରୀକରଣ ପରେ ୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ଜିଲାର ବିଭିନ୍ନ କଲେଜର ରୂପାନ୍ତରୀକରଣ କାର୍ଯ୍ୟ ଜାରି ରହିଛି। ଦିଲ୍ଲୀ, ମୁମ୍ବାଇରେ ପଢୁଥିବା ପିଲାଙ୍କଠାରୁ ମୟୂରଭଞ୍ଜର ଛାତ୍ରୀଛାତ୍ରମାନେ କମ୍‌ ଗୁଣର ନୁହନ୍ତି ବୋଲି ପାଣ୍ଡିଆନ କହିଥିଲେ। ବିକାଶ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନୂଆ-ଓ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ସାରା ଭାରତବର୍ଷରେ ମୟୂରଭଞ୍ଜ ୧ନଂ. ଜିଲା ହୋଇଥିବା ନେଇ ସେ ପ୍ରକାଶ କରିଥିଲେ।
ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ନିମନ୍ତେ ୭ଶହ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି। ଯଶିପୁରସ୍ଥିତ ଖଇରୀ ଭଣ୍ଡନ ନଦୀରେ ବନ୍ଧ ନିର୍ମାଣ, ବାରିପଦା ସହରକୁ ବନ୍ୟା ଦାଉରୁ ରକ୍ଷା ପାଇଁ ଆଡ଼ିବନ୍ଧ ସହ ରିଂ-ରୋଡ୍‌ ନିର୍ମାଣ ପାଇଁ ୧୫୦କୋଟି ଟଙ୍କା ଅନୁଦାନର ଟେଣ୍ଡର ଶେଷ ହୋଇଛି। ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣୀ ଘାଟିର ବିକଳ୍ପ ରାସ୍ତା ନିର୍ମାଣ ପାଇଁ ୮୦କୋଟି ଟଙ୍କାର କାର୍ଯ୍ୟ ଚାଲୁ ରହିଥିବା ବେଳେ ଦେବକୁଣ୍ଡ, ଖିଚିଂ ଇତ୍ୟାଦି ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଉନ୍ନତୀକରଣ ପାଇଁ ଅନୁଦାନ ପ୍ରଦାନ କରାଯାଇଛି। କଥାରେ ନୁହେଁ କାମରେ ବିଶ୍ୱାସ କରୁଥିବା ମୁଖ୍ୟମନ୍ତ୍ରୀଙ୍କଠାରୁ ପ୍ରେରଣା ପାଇ ବାରପଦା ଆସିଛି ବୋଲି ପାଣ୍ଡିଆନ କହିଥିଲେ। ଫେବୃୟାରୀରେ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ ବୋଲି ପାଣ୍ଡିଆନ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମହିଳା, ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁସଦା, ମୋରଡ଼ା ବିଧାୟକ ରାଜକିଶୋର ଦାସ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ଏସ୍‌ଡିସି ଅଧ୍ୟକ୍ଷ ଡା. ଦେବାଶିଷ ମାର୍ଣ୍ଡି ପ୍ରମୁଖ ମଞ୍ଚାସୀନ ରହି ବିକାଶମୂଳକ କାର୍ଯ୍ୟଗୁଡ଼ିକ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ମୟୂରଭଞ୍ଜ ସାଙ୍ଗଠନିକ ଜିଲା-୨ ବିଜୁ ଜନତା ଦଳର ସଭାପତି କାଶୀନାଥ ହେମ୍ବ୍ରମ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri