୨ ସପ୍ତାହ ସମୟ ନେଲେ ରାଜ୍ୟ ସରକାର

କଟକ,୨୨ା୮ (କାର୍ତ୍ତିକ ସାହୁ):ଯାଜପୁର ଜିଲାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷୟିତ୍ରୀ ଉଠ୍‌ବସ୍‌ କରାଇବା ହେତୁ ତାଙ୍କର ମୃତ୍ୟୁ ଘଟିବା ନେଇ ରୁଜୁ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶାରୀରିକ ଦଣ୍ଡ ଦିଆ ନ ଯିବା ଉପରେ ସରକାର କ’ଣ ପଦକ୍ଷେପ ନେଉଛନ୍ତି ସେନେଇ ଜବାବ ଦାଖଲ କରିବାକୁ ରାଜ୍ୟ ସରକାର ଆହୁରି ୨ ସପ୍ତାହ ସମୟ ନେଇଛନ୍ତି। ଗତ ଜୁନ୍‌ ୨୬ ତାରିଖ ଶୁଣାଣିବେଳେ ହାଇକୋର୍ଟ ଏନେଇ ଜବାବ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀ ଅନୁଯାୟୀ, ୨୦୨୩ ନଭେମ୍ବର ୨୧ରେ ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ଥାନା ଓରାଳି ଗ୍ରାମର ସୂର୍ଯ୍ୟ ନାରାୟଣ ନୋଡାଲ ୟୁପି ସ୍କୁଲର ଚତୁର୍ଥ ଶ୍ରେଣୀ ଛାତ୍ର ରୁଦ୍ରନାରାୟଣ ସେଠୀଙ୍କୁ ଜଣେ ଶିକ୍ଷୟିତ୍ରୀ ଉଠ୍‌ବସ୍‌ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପଢ଼ାରେ ମନୋଯୋଗୀ ହୋଇ ନ ଥିବାରୁ ଶିକ୍ଷୟିତ୍ରୀ ଉଠ୍‌ବସ୍‌ ହେବାକୁ କହିଥିଲେ। ରୁଦ୍ର ଉଠ୍‌ବସ୍‌ ହେଉଥିବାବେଳେ ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେଠାରୁ ତାଙ୍କୁ କଟକ ଏସ୍‌ସିବି ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆବେଦନକାରୀ ପ୍ରବୀର କୁମାର ଦାସ ଏନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରି ଦର୍ଶାଇଛନ୍ତି, ବିଦ୍ୟାଳୟଗୁଡ଼ିକୁ ରାଜ୍ୟ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ଶାରୀରିକ ଦଣ୍ଡ କିମ୍ବା ମାନସିକ ନିର୍ଯାତନା ସ୍କୁଲରେ ପିଲାଙ୍କୁ ଦିଆଯାଇପାରିବ ନାହିଁ ବୋଲି ଆଇନ୍‌ ହୋଇଛି। ତଥାପି ଯାଜପୁରରେ ଏଭଳି ଘଟଣା ଘଟି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଲା। ତେଣୁ ଏହି ଆଇନକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବା, ଦୋଷୀ ଶିକ୍ଷୟିତ୍ରୀ,ଶିକ୍ଷକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ, ଆଗାମୀ ଦିନରେ ଏଭଳି ଘଟଣା ଯେପରି ବିଦ୍ୟାଳୟରେ ନ ଘଟିବା, ପିଲାମାନେ ଯେପରି ଶାରୀରିକ ଓ ମାନସିକ ନିର୍ଯାତନା ନ ଭୋଗିବେ ସେଥିପାଇଁ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ନିମନ୍ତେ ପ୍ରଶିକ୍ଷଣ ତଥା ସଚେତନତା କାର୍ଯ୍ୟକ୍ରମ ବ୍ୟବସ୍ଥା ସରକାର କରିବା ଦରକାର ବୋଲି ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ଏଭଳି କେତେ ଘଟଣା ଘଟିଛି, କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେନେଇ ସରକାର କୌଣସି ତଥ୍ୟ ଦେଉନାହାନ୍ତି। ଯଦ୍ୱାରା ସରକାର ଏହାକୁ ଗୁରୁତ୍ୱ ଦେଉନାହାନ୍ତି ବୋଲି ଆବେଦନକାରୀ ହାଇକୋର୍ଟଙ୍କୁ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri