୨ ସପ୍ତାହ ସମୟ ନେଲେ ରାଜ୍ୟ ସରକାର

କଟକ,୨୨ା୮ (କାର୍ତ୍ତିକ ସାହୁ):ଯାଜପୁର ଜିଲାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷୟିତ୍ରୀ ଉଠ୍‌ବସ୍‌ କରାଇବା ହେତୁ ତାଙ୍କର ମୃତ୍ୟୁ ଘଟିବା ନେଇ ରୁଜୁ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶାରୀରିକ ଦଣ୍ଡ ଦିଆ ନ ଯିବା ଉପରେ ସରକାର କ’ଣ ପଦକ୍ଷେପ ନେଉଛନ୍ତି ସେନେଇ ଜବାବ ଦାଖଲ କରିବାକୁ ରାଜ୍ୟ ସରକାର ଆହୁରି ୨ ସପ୍ତାହ ସମୟ ନେଇଛନ୍ତି। ଗତ ଜୁନ୍‌ ୨୬ ତାରିଖ ଶୁଣାଣିବେଳେ ହାଇକୋର୍ଟ ଏନେଇ ଜବାବ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀ ଅନୁଯାୟୀ, ୨୦୨୩ ନଭେମ୍ବର ୨୧ରେ ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ଥାନା ଓରାଳି ଗ୍ରାମର ସୂର୍ଯ୍ୟ ନାରାୟଣ ନୋଡାଲ ୟୁପି ସ୍କୁଲର ଚତୁର୍ଥ ଶ୍ରେଣୀ ଛାତ୍ର ରୁଦ୍ରନାରାୟଣ ସେଠୀଙ୍କୁ ଜଣେ ଶିକ୍ଷୟିତ୍ରୀ ଉଠ୍‌ବସ୍‌ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପଢ଼ାରେ ମନୋଯୋଗୀ ହୋଇ ନ ଥିବାରୁ ଶିକ୍ଷୟିତ୍ରୀ ଉଠ୍‌ବସ୍‌ ହେବାକୁ କହିଥିଲେ। ରୁଦ୍ର ଉଠ୍‌ବସ୍‌ ହେଉଥିବାବେଳେ ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେଠାରୁ ତାଙ୍କୁ କଟକ ଏସ୍‌ସିବି ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆବେଦନକାରୀ ପ୍ରବୀର କୁମାର ଦାସ ଏନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରି ଦର୍ଶାଇଛନ୍ତି, ବିଦ୍ୟାଳୟଗୁଡ଼ିକୁ ରାଜ୍ୟ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ଶାରୀରିକ ଦଣ୍ଡ କିମ୍ବା ମାନସିକ ନିର୍ଯାତନା ସ୍କୁଲରେ ପିଲାଙ୍କୁ ଦିଆଯାଇପାରିବ ନାହିଁ ବୋଲି ଆଇନ୍‌ ହୋଇଛି। ତଥାପି ଯାଜପୁରରେ ଏଭଳି ଘଟଣା ଘଟି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଲା। ତେଣୁ ଏହି ଆଇନକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବା, ଦୋଷୀ ଶିକ୍ଷୟିତ୍ରୀ,ଶିକ୍ଷକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ, ଆଗାମୀ ଦିନରେ ଏଭଳି ଘଟଣା ଯେପରି ବିଦ୍ୟାଳୟରେ ନ ଘଟିବା, ପିଲାମାନେ ଯେପରି ଶାରୀରିକ ଓ ମାନସିକ ନିର୍ଯାତନା ନ ଭୋଗିବେ ସେଥିପାଇଁ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ନିମନ୍ତେ ପ୍ରଶିକ୍ଷଣ ତଥା ସଚେତନତା କାର୍ଯ୍ୟକ୍ରମ ବ୍ୟବସ୍ଥା ସରକାର କରିବା ଦରକାର ବୋଲି ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ଏଭଳି କେତେ ଘଟଣା ଘଟିଛି, କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେନେଇ ସରକାର କୌଣସି ତଥ୍ୟ ଦେଉନାହାନ୍ତି। ଯଦ୍ୱାରା ସରକାର ଏହାକୁ ଗୁରୁତ୍ୱ ଦେଉନାହାନ୍ତି ବୋଲି ଆବେଦନକାରୀ ହାଇକୋର୍ଟଙ୍କୁ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri