ଜମି ଅଧିଗ୍ରହଣକୁ ୩ ବର୍ଷ ବିତିଲା, ହୋଇପାରିନି ସ୍ବାସ୍ଥ୍ୟକେନ୍ଦ୍ର ନୂତନ ଗୃହ

ଚିତ୍ରକୋଣ୍ଡା,୨୭ା୭(କ୍ଷୀରୋଦ ବେହେରା): ଆନ୍ଧ୍ର – ଓଡ଼ିଶା ସୀମାନ୍ତ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକରେ ରହିଛି ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ। ଉକ୍ତ ଚିକିତ୍ସାଳୟ ଉପରେ ବ୍ଲକର ୧୮ଟି ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ୧୯୬୨ରେ ବାଲିମେଳା ମାଟିବନ୍ଧ ଯୋଜନା ଆରମ୍ଭ ପରେ ସେଥିରେ କାମ କରୁଥିବା କର୍ମଚାରୀ ଏବଂ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟ ନେଇ କୁ ଗଢ଼ି ଉଠିଥିଲା ୨୦୦୯ରେ ଏହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଏବଂ ୨୦୧୬-୧୭ରେ ଉପଖଣ୍ଡ ଚିକିତ୍ସାଳୟର ମାନ୍ୟତା ପାଇଥିଲା l ମାତ୍ର ଉପଖଣ୍ଡ ଚିକିତ୍ସାଳୟ ହେବା ପରେ ଏହାର ଯେପରି ଉନ୍ନତି ହେବା କଥା ସେପରି ହୋଇନାହିଁ। ମେଡିକାଲ ଗୃହରୁ ଦୀର୍ଘ ବର୍ଷ ହେଲା ପାଣି ଗଳୁଛି। ଏଥିଯୋଗୁ ରୋଗୀ ସେବାରେ ବାଧା ଉପୁଜୁଛି। ଚିକିତ୍ସାଳୟର ନୂତନ ଗୃହ ନିର୍ମାଣ ଲାଗି ୩ବର୍ଷ ହେଲା କମାରଗୁଡ଼ା ନିକଟରେ ୧୫ ଏକର ଜମି ଚି଼ହ୍ନଟ ହୋଇ ଅଧିଗ୍ରହଣ ହୋଇଥିଲେ ମଧ୍ୟ ଚିକିତ୍ସାଳୟର ୧୦୦ ଶଯ୍ୟା ବିଶିଷ୍ଟ ନୂତନ ଗୃହ ନିର୍ମାଣ ହୋଇପାରିନାହିଁ। ଗୃହ ନିର୍ମାଣ ବିଳମ୍ବ ସମ୍ପର୍କରେ ମାଲକାନଗିରି ସିଡିଏମ୍‌ଓ ପ୍ରଫୁଲ୍ଲ ନନ୍ଦଙ୍କୁ ପଚାରିବାରୁ ସେ କହିଲେ, ଜମି ଅଧିଗ୍ରହଣ ପରେ ଟେଣ୍ଡର ପ୍ରୋସେସ ହୋଇଥିଲା। କ’ଣ ପାଇଁ ଅଟକିଛି ଆମେ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କରିବୁ। ବର୍ଷାଦିନ ପରେ ଚିକିତ୍ସାଳୟର ନୂତନ ଗୃହ ନିର୍ମାଣ କାମ ଆରମ୍ଭ ହେବା ନେଇ ବ୍ୟବସ୍ଥା କରାଯିବ ବୋଲି ନନ୍ଦ କହିଥିଲେ। ଏ ସମ୍ପର୍କରେ ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀଙ୍କୁ ପଚାରିବାରୁ ସେ କହିଲେ, ଚିକିତ୍ସାଳୟର ନୂତନ ଗୃହ ନିର୍ମାଣ ନେଇ ସେ ସିଡିଏମଓ, ଜିଲାପାଳ ଏବଂ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନାକରି ଏହାର ନିର୍ମାଣ ଦିଗରେ ପଦକ୍ଷେପ ନେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri