Posted inଜାତୀୟ

କଂଗ୍ରେସକୁ ଆଇଟି ଟ୍ରିବ୍ୟୁନାଲ ଝଟକା

ନୂଆଦିଲ୍ଲୀ,୯।୩: କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟ ଉପରେ ଆୟକର (ଆଇଟି) ବିଭାଗର କାର୍ଯ୍ୟାନୁଷ୍ଠାନ ବନ୍ଦ ଲାଗି ଦଳ ପକ୍ଷରୁ କରାଯାଇଥିବା ଆବେଦନକୁ ଆୟକର ଆପିଲେଟ୍‌ ଟ୍ରିବ୍ୟୁନାଲ ଶୁକ୍ରବାର ଖାରଜ କରିଦେଇଛନ୍ତି। ଫଳରେ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ଆୟକର ଟ୍ରିବ୍ୟୁନାଲଙ୍କ ରାୟକୁ ୧୦ ଦିନ ପାଇଁ ସ୍ଥଗିତ ରଖିବା ନିମନ୍ତେ ଦଳ ପକ୍ଷରୁ ଆଇନଜୀବୀ ବିବେକ ତଙ୍ଖା ଅପିଲ କରିଛନ୍ତି। ରାୟ ବିରୋଧରେ ଦଳ ଖୁବ୍‌ଶୀଘ୍ର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି କଂଗ୍ରେସ କୋଷାଧ୍ୟକ୍ଷ ଅଜୟ ମାକେନ୍‌ କହିଛନ୍ତି।
ସୂଚନାଯୋଗ୍ୟ ୨୦୧୮-୧୯ ଆର୍ଥତ୍କ ବର୍ଷରେ କଂଗ୍ରେସ ୨୧୦ କୋଟି ଟଙ୍କାର ଟିକସ ଏବଂ ଜରିମାନା ପୈଠ କରି ନ ଥିବାରୁ ଆୟକର ବିଭାଗ ଏହାର ୧୧୫ କୋଟି ଟଙ୍କାର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରିଦେଇଥିବା ଗତ ମାସ ୧୬ ତାରିଖରେ ଦଳ ପକ୍ଷରୁ ଅଭିଯୋଗ ହୋଇଥିଲା। ଏହା ବିରୋଧରେ କଂଗ୍ରେସର ପିଟିଶନ ଆୟକର ଟ୍ରିବ୍ୟୁନାଲରେ ବିଚାରାଧୀନ ଥିବାବେଳେ ଦଳର ୩ ବ୍ୟାଙ୍କ ଆକାଉଣ୍ଟରୁ ଆୟକର ବିଭାଗ ୬୫ କୋଟି ଟଙ୍କା ଉଠାଇ ନେଇଥିବା ଦିନକ ପରେ ମାକେନ୍‌ ଅଭିଯୋଗ ଆଣିଥିଲେ। ଭାଜପା କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଦୁରୁପଯୋଗ କରୁଛି ବୋଲି କଂଗ୍ରେସ ଏହାର ଅଭିଯୋଗକୁ ଦୋହରାଇବା ସହ ଟିକସ ଦାବି ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଥିଲା। ନିର୍ବାଚନ ପ୍ରସ୍ତୁତିକୁ ଭଣ୍ଡୁର କରିବା ପାଇଁ ଆୟକର ବିଭାଗ ଦ୍ୱାରା ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଭାଜପା ସରକାର ଆର୍ଥତ୍କ ଆତଙ୍କବାଦ ସୃଷ୍ଟି କରିବା ସହ ନିର୍ବାଚନ ପୂର୍ବରୁ ମୁଖ୍ୟ ବିରୋଧୀ ଦଳକୁ ଅଚଳ କରିଦେବା ପାଇଁ ଉଦ୍ୟମ କରୁଛି ବୋଲି ଅଭିଯୋଗ ହୋଇଥିଲା। ସାଧାରଣ ନିର୍ବାଚନ ପୂର୍ବରୁ ଆୟକର ବିଭାଗ ଦଳୀୟ ପାଣ୍ଠିକୁ ଜବତ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେବା ଗଣତନ୍ତ୍ର ଉପରେ ଆକ୍ରମଣ। ଏଭଳି ସ୍ଥିତିରେ ଜଣେ ସ୍ବଚ୍ଛ ଓ ଅବାଧ ନିର୍ବାଚନ କିପରି ଆଶା କରିବ ବୋଲି ମାକେନ୍‌ ପ୍ରଶ୍ନ କରିଛନ୍ତି। ଆମେ ଆୟକର ଟ୍ରିବ୍ୟୁନାଲଙ୍କ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଏବଂ ହାଇକେର୍ଟଙ୍କ ଦ୍ୱାରସ୍ଥ ହେବୁ। ଟ୍ରିବ୍ୟୁନାଲ ନିଜର ପୂର୍ବ ରାୟକୁ ଅନୁସରଣ କରି ନାହାନ୍ତି। ପୂର୍ବରୁ ଏକ ରାୟରେ ଟ୍ରିବ୍ୟୁନାଲ ବକେୟା ଦେୟର ୨୦ ପ୍ରତିଶତ ପୈଠ କରିଥିବା ଏକ ଜାତୀୟ ଦଳକୁ କାର୍ଯ୍ୟାନୁଷ୍ଠାନରୁ ମୁକ୍ତ କରିଥିଲେ ବୋଲି ଆଇନଜୀବୀ ତଙ୍ଖା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?