ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ ଦୀପ୍ତିମାନଦେବାଶିଷ ମିଶ୍ର(୨୦)। ରବିବାର ସନ୍ଧ୍ୟା ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରିନାହିଁ।
ସୂଚନା ମୁତାବକ, ଚିତ୍ରକୋଣ୍ଡା ବନଦୁର୍ଗା ମନ୍ଦିର ନଦୀ ଘାଟରେ କେତେକ ମାଛ ଧରାଳି ମାଛ ଧରିବା ପରେ ଡଙ୍ଗାକୁ କୂଳରେ କାଠପୋତି ଦଉଡ଼ିରେ ବାନ୍ଧି ରଖି ଘରକୁ ଯାଇଥାନ୍ତି। ସବୁଦିନ ପରି ଶନିବାର ଅପରାହ୍ନରେ ମଧ୍ୟ ମାଛଧରାଳିମାନେ ମାଛ ଧରିସାରି କୂଳରେ ଡଙ୍ଗା ବାନ୍ଧି ଚାଲିଯାଇଥିଲେ। ସେମାନେ ଯିବା ପରେ ଦୀପ୍ତିମାନ ସେଠାରେ ପହଞ୍ଚତ୍ କୂଳରେ ଥିବା ଗୋଟିଏ ଦେଶୀ ଡଙ୍ଗା ଧରି ନଦୀ ଭିତରକୁ ବୁଲିବାକୁ ଯାଇଥିଲେ। ଡଙ୍ଗାରେ ପାଣି ପଶିଯିବାରୁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ଡଙ୍ଗାରେ ଥିବା ଦୀପ୍ତିମାନ ପାଟି କରିବାରୁ ଦୋରାଗୁଡ଼ା ଡଙ୍ଗା ଘାଟରୁ ୨ଟି ଡଙ୍ଗାରେ ମାଛଧରାଳିମାନେ ତାଙ୍କୁ ଉଦ୍ଧାର କରିବାକୁ ଯାଇଥିଲେ। ଖୋଜାଖୋଜି କରିବାରୁ କେବଳ ବୁଡ଼ି ଯାଇଥିବା ଡଙ୍ଗାଟି ପାଇଥିଲେ। ହେଲେ ଦୀପ୍ତିମାନଙ୍କୁ ପାଇ ନ ଥିଲେ। ଏନେଇ ବାପା ଦିଲୀପ ଚିତ୍ରକୋଣ୍ଡା ଥାନାରେ ଅଭିଯୋଗ କରିବା ସହ ତହସିଲଦାର ଟି. ପଦ୍ମନାଭ ଦୋରାଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ତହସିଲଦାରଙ୍କ ନିର୍ଦ୍ଦେଶରେ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚତ୍ ଖୋଜାଖୋଜି କରିଥିଲେ। ନିଖୋଜ ଯୁବକଙ୍କୁ ପତ୍ତା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri