ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ପ୍ରାଣୀଙ୍କୁ ନିର୍ଯାତନା ନେଇ ଷଡଙ୍ଗୀ ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ କରିଥିବା ଅଭିଯୋଗ ଆଣିଛି ବିଜେଡି । ଏନେଇ ଗୁରୁବାର ବିଜେଡି ଉପସଭାପତି ବରଦା ପ୍ରସନ୍ନ ପଟ୍ଟନାୟକ ସହଦେବଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ବରଦା ଏନେଇ ଗଣମାଧ୍ୟମକୁ କହିଛନ୍ତି, ଗତ ୧୪ତାରିଖରେ ଭାଜପା ଏମ୍‌ପି ପ୍ରାର୍ଥୀ ଷଡଙ୍ଗୀ ଯେଉଁଭଳି ଭାବେ ଘୋଡାଚଢ଼ି ନାମାଙ୍କନ ପତ୍ର ଦାଖଲ କଲେ ତାହା ସମ୍ବିଧାନ ବିରୋଧୀ। ନିର୍ବାଚନ କମିଶନରଙ୍କଠାରେ ଏ ସମ୍ପର୍କରେ ମଧ୍ୟ ଅଭିଯୋଗ କରାଯାଇଛି। ଯେହେତୁ ଉକ୍ତ ଅଞ୍ଚଳରେ ସେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସେନେଇ ସହଦେବଖୁଣ୍ଟା ଥାନାରେ ଅଭିଯୋଗ କରାଯାଇଛି। ଖରା ଜନିତ ପ୍ରଚଣ୍ଡ ଉତ୍ତାପ ସମୟରେ ପ୍ରାଣୀଙ୍କୁ କିଭଳି ନିର୍ଯାତନା ଦିଆଯାଉଛି ତାହାର ଏକ ଉଦାହରଣ ହେଉଛି ସେଦିନର ଘୋଡା ଚଢ଼ିବା। କେବଳ ଏମ୍‌ପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ନାମରେ ଏହି ଅଭିଯୋଗ କରାଯାଇଛି। ନିର୍ବାଚନ କମିଶନର ଷଡଙ୍ଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ଦାବି କରିଛନ୍ତି। ଏଥିସହ ବିଜେଡି ଏମ୍‌ପି ପ୍ରାର୍ଥୀଙ୍କ ଏଜେଣ୍ଟ ତଥା ଆଇନଜୀବୀ ସୂର୍ଯ୍ୟକାନ୍ତ କର କହିଛନ୍ତି, ପ୍ରକୃତରେ ଷଡଙ୍ଗୀ ଯାହା କରିଛନ୍ତି ତାହା ଆଦର୍ଶ ଆଚରଣ ବିଧିର ଉଲ୍ଲଘଂନ। ଏଥିରେ ଆନିମାଲ ଆକ୍ଟ ଅନୁସାରେ ପ୍ରାଣୀ କିମ୍ବା ଛୋଟ ପିଲାମାନଙ୍କୁ ବ୍ୟବହାର କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri