ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍‌ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ ଗୋପିଗୁଡା ଗାଁର ମୀନ ମାଝୀ (୪୭)।

ଆମପାଣି ଫରେଷ୍ଟର ଜଗନ୍ନାଥ ନାଗଙ୍କ କହିବା ମୁତାବକ, ମଙ୍ଗଳବାର ରାତିରେ ଦୁଇ ଜଣ ଯୁବକ ଏକ ବାଇକ୍‌ରେ ବାର୍‌ହା ମାଂସ ନେଇ ଯାଉଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ବନ ବିଭାଗର ଏକ ଟିମ୍‌ ଆମପାଣି ଗ୍ରାମ ନିକଟରେ ବାଇକ୍‌କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କର୍ମଚାରୀମାନେ ଏକ ବ୍ୟାଗରେ ଭର୍ତ୍ତି ଥିବା ୫ କେଜି ବାର୍‌ହା ମାଂସ ଜବତ କରି ବନମାଳୀ ଏବଂ ମୀନଙ୍କୁ ଗିରଫ କରିଥିଲେ। ଗିରଫ ଅଭିଯୁକ୍ତମାନେ ଶିକାରୀଙ୍କଠାରୁ ବାର୍‌ହା ମାଂସ କିଣି ନେଉଥିବା ଜଣାପଡିଛି। ତେବେ ସେମାନେ କେଉଁଠାରୁ ମାଂସ ଆଣୁଥିଲେ ତାହା ସ୍ପଷ୍ଟ ହୋଇନାହିଁ। ଏନେଇ ତଦନ୍ତ ଚାଳିଥିବା ଫରେଷ୍ଟର କହିଛନ୍ତି। ତେବେ ସାହାଜଖୋଲ ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ ଶିକାର ହେଉଥିବା ଅଭିଯୋଗ ହୋଇଛି। ସାହାଜଖୋଲ ଜଙ୍ଗଲ ବ୍ୟାପକ ନଷ୍ଟ ଯୋଗୁଁ ଖାଦ୍ୟ ଅଭାରୁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବା ବେଳେ କିଛି ଶିକାରୀ ଦୀର୍ଘ ଦିନ ହେଲା ବନ୍ୟଜନ୍ତୁଙ୍କ ଶିକାର କରି ମାଂସ ବିକ୍ରି କରୁଥିବା ଜଣାପହଇଛି। ଏ ଦିଗରେ ବନ ବିଭାଗ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri