ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍‌ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ ଗୋପିଗୁଡା ଗାଁର ମୀନ ମାଝୀ (୪୭)।

ଆମପାଣି ଫରେଷ୍ଟର ଜଗନ୍ନାଥ ନାଗଙ୍କ କହିବା ମୁତାବକ, ମଙ୍ଗଳବାର ରାତିରେ ଦୁଇ ଜଣ ଯୁବକ ଏକ ବାଇକ୍‌ରେ ବାର୍‌ହା ମାଂସ ନେଇ ଯାଉଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ବନ ବିଭାଗର ଏକ ଟିମ୍‌ ଆମପାଣି ଗ୍ରାମ ନିକଟରେ ବାଇକ୍‌କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କର୍ମଚାରୀମାନେ ଏକ ବ୍ୟାଗରେ ଭର୍ତ୍ତି ଥିବା ୫ କେଜି ବାର୍‌ହା ମାଂସ ଜବତ କରି ବନମାଳୀ ଏବଂ ମୀନଙ୍କୁ ଗିରଫ କରିଥିଲେ। ଗିରଫ ଅଭିଯୁକ୍ତମାନେ ଶିକାରୀଙ୍କଠାରୁ ବାର୍‌ହା ମାଂସ କିଣି ନେଉଥିବା ଜଣାପଡିଛି। ତେବେ ସେମାନେ କେଉଁଠାରୁ ମାଂସ ଆଣୁଥିଲେ ତାହା ସ୍ପଷ୍ଟ ହୋଇନାହିଁ। ଏନେଇ ତଦନ୍ତ ଚାଳିଥିବା ଫରେଷ୍ଟର କହିଛନ୍ତି। ତେବେ ସାହାଜଖୋଲ ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ ଶିକାର ହେଉଥିବା ଅଭିଯୋଗ ହୋଇଛି। ସାହାଜଖୋଲ ଜଙ୍ଗଲ ବ୍ୟାପକ ନଷ୍ଟ ଯୋଗୁଁ ଖାଦ୍ୟ ଅଭାରୁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବା ବେଳେ କିଛି ଶିକାରୀ ଦୀର୍ଘ ଦିନ ହେଲା ବନ୍ୟଜନ୍ତୁଙ୍କ ଶିକାର କରି ମାଂସ ବିକ୍ରି କରୁଥିବା ଜଣାପହଇଛି। ଏ ଦିଗରେ ବନ ବିଭାଗ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଏହି ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ

ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ...

ପୂର୍ବତନ ଜିଆରଏସ୍‌ଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ, ୪ା୧୨(ରାକେଶ କୁମାର ରାଉତ): ଏକ ଲାଞ୍ଚ ନେବା ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରାଙ୍କୁ ୩...

ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ: ଥାନାରେ ଅଭିଯୋଗ କଲେ ସ୍ତ୍ରୀ

ଜଗନ୍ନାଥପ୍ରସାଦ,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ତାଙ୍କ ଘରୁ ଜବତ କରାଯାଇଛି। ମୃତକ...

ଚୋରା ମାଙ୍ଗାନିଜ ବୋଝେଇ ଗାଡ଼ି ନେଇ ଯାଉଥିଲେ ମଝି ରାସ୍ତାରେ ଫାଟିଲା ଚକା : ଧରିଲା ପୋଲିସ 

ଯୋଡ଼ା,୪ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କାରଣ ସାହିଠାରେ ପୋଲିସ ଏକ ଚୋରା ମାଙ୍ଗାନିଜ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri