ଯୁବତୀଙ୍କ ମୃତ୍ୟୁ ମାମଲାର ଫର୍ଦ୍ଦାଫାସ: ଆତ୍ମହତ୍ୟା ନୁହେଁ ହୋଇଥିଲା ହତ୍ୟା ,ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଡବିଲ୨୪।୧୧ (ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଗତ ୧୯ ତାରିଖରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଘଟଣାକୁ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ତେବେ ଅପମୃତ୍ୟୁ ମାମଲା ହତ୍ୟାକାଣ୍ଡକୁ ପରିବର୍ତ୍ତନ ହୋଇଥିବା ଜଣାପଡିଛି। ଯୁବତୀ ଜଣକ ଆତ୍ମହତ୍ୟା କରିନାହାନ୍ତି ବରଂ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ଜାଣିବାକୁ ପାଇଛି। ଏହି ଘଟଣାରେ ପୋଲିସ ସଂପୃକ୍ତ ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡବିଲ ଦାମୁହଟିଂ ଅଞ୍ଚଳର ଅରୁଣ କୁମାର ମହା।

ସୂଚନା ଅନୁଯାୟୀ, ସାବାହାଳ ଗ୍ରାମର ମନିଷା ମହା ନାମକ ଯୁବତୀଙ୍କର ଦାମୁହଟିଂ ଅଞ୍ଚଳର ଅରୁଣଙ୍କ ସହିତ ପ୍ରେମ ସମ୍ପର୍କ ରହିଥିଲା। ଗତ ୧୭ ତାରିଖ ସନ୍ଧ୍ୟାରେ ଅରୁଣ ବକେୟା ଟଙ୍କା ଫେରାଇବାକୁ ବଡବିଲ ବସଷ୍ଟାଣ୍ଡ ଡାକଛି ବୋଲି ଘରେ କହି ମନିଷା ଯାଇଥିଲାବେଳେ ଆଉ ଘରକୁ ଫେରି ନ ଥିଲେ। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ମନିଷାଙ୍କୁ ପାଇ ନ ଥିବାବେଳେ ପରଦିନ ହାୟାରପୁର ଗ୍ରାମ ରାସ୍ତାକଡରୁ ମନିଷାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିଲା। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ନଂ ୩୪/୨୦୨୨ରେ ରୁଜୁ କରି ତଦନ୍ତ ଜାରି ରଖିଥିଲା। ଘଟଣାସ୍ଥଳକୁ ସାଇଣ୍ଟିଫିକ ଟିମ୍‌ ଯାଇ ପୋଲିସକୁ ତଦନ୍ତରେ ସାହାର୍ଯ୍ୟ କରିଥିଲାବେଳେ ବ୍ୟବଚ୍ଛେଦ ରିପୋର୍ଟ ପାଇବା ପରେ ପୋଲିସ ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲା। କେସ୍‌ର ମୋଡ ପରିବର୍ତ୍ତନ କରି ବଡବିଲ ଥାନା କେସ୍‌ ନଂ ୨୮୭/୨୦୨୨ ଦଫା ୩୦୨ ଆଇପିସିରେ ଏକ ମାମଲା ରୁଜୁ କରିଥିଲା। ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ସନ୍ଦେହରେ ଅଭିଯୁକ୍ତ ଅରୁଣଙ୍କୁ ଆଣି ପୋଲିସ ପଚରାଉଚରା କରିଥିଲା। ଏହା ସୁପରିକଳ୍ପିତ ହତ୍ୟା ବୋଲି ଜାଣିବାକୁ ପାଇଥିଲା। ସୂଚନା ଥାଉକି, ଘଟଣା ଦିନ ବଡବିଲ ବସଷ୍ଟାଣ୍ଡରୁ ମନିଷାଙ୍କୁ ବାଇକରେ ବସାଇ ଅରୁଣ ହାୟାରପୁର ଗ୍ରାମ ଆଡକୁ ନେଇଯାଇ ଅଧାବାଟରେ ଗାଡି ଅଟକାଇ ପିଟିପିଟି ମାରିଦେଇଥିଲା। ହତ୍ୟାକାଣ୍ଡକୁ ଆତ୍ମହତ୍ୟାର ରୂପ ଦେବାକୁ ଯାଇ ମନିଷାଙ୍କୁ ରାସ୍ତା କଡରେ ଥିବା ଏକ ଗଛରେ ଝୁଲାଇ ଦେଇ ଅରୁଣ ପଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri