Posted inଖେଳ

‘ସହଜରେ ମିଳି ନ ଥିଲା ବିଜୟ’

ଜେୟପୁର,୧୮।୧୧: ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। କିନ୍ତୁ ମ୍ୟାଚ୍‌ରେ ଦଳକୁ ସହଜରେ ବିଜୟ ମିଳି ନ ଥିବା ସ୍ବୀକାର କରିଛନ୍ତି ଅଧିନାୟକ ରୋହିତ ଶର୍ମା।

୧୬୫ ରନ୍‌ର ପିଛା କରୁଥିବା ଭାରତ ଏକଦା ଭାରତ ୧୨ ଓଭରରେ ୧ ଉଇକେଟ ହରା ୧୦୯ ରନ୍‌ କରିଥିଲା। ଏଭଳି ସୁବିଧାଜନକ ସ୍ଥିତି ସତ୍ତ୍ୱେ ଟିମ୍‌ ଇଣ୍ଡିଆକୁ ମ୍ୟାଚ୍‌ ଜିତିବା ପାଇଁ ଅନ୍ତିମ ଓଭର ପର୍ଯ୍ୟନ୍ତ ଲଢ଼େଇ କରିବାକୁ ପଡ଼ିଥିଲା। ଶେଷରେ ଚୌକା ଲଗାଇ ଘରୋଇ ଦଳକୁ ମ୍ୟାଚ୍‌ ଜିତାଇଥିଲେ ରିଷଭ ପନ୍ତ।

”ଆମେ ଯେତେ ସହଜରେ ମ୍ୟାଚ୍‌ ଜିତିବାକୁ ଆଶା ରଖିଥିଲୁ, ତାହା ହେଲା ନାହିଁ। ଏଭଳି ମ୍ୟାଚ୍‌ରୁ ଖେଳାଳିମାନେ ଅନେକ କିଛି ଶିକ୍ଷା କରିଥିବେ। ସର୍ବଦା ପାଓ୍ବର ହିଟିଂକୁ ଭରସା କଲେ ହେବ ନାହିଁ, ଆବଶ୍ୟକତା ଅନୁଯାୟୀ ଖେଳିବା ଦରକାର। ଯୁବ ଖେଳାଳିମାନେ ମ୍ୟାଚ୍‌ ଶେଷ କରିଥିବାରୁ ଜଣେ ଅଧିନାୟକ ଭାବେ ମୁଁ ଆନନ୍ଦିତ। ଆମ ପାଇଁ ଏକ ଭଲ ମ୍ୟାଚ୍‌ ଥିଲା। କିଛି ଖେଳାଳିଙ୍କ ଅନୁପସ୍ଥିତି ଅନୁଭବ ହୋଇଥିଲା। ମାତ୍ର ଏହା ଅନ୍ୟ ଖେଳାଳିଙ୍କ ପାଇଁ ସେମାନଙ୍କ ଦକ୍ଷତା ଦେଖାଇବା ଲାଗି ଏକ ସୁଯୋଗ“ ବୋଲି ମ୍ୟାଚ୍‌ ପରେ ଟି୨୦ ଦଳର ନୂଆ ଅଧିନାୟକ ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri