ଖାଲି ବାରବାଟୀ ମ୍ୟାଚ ନୁହେଁ ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମରେ ବି କଟିଥିଲା ଲାଇଟ, ହେଲେ କାହିଁକି…

ଭୁବନେଶ୍ୱର,୧୧।୨: ବାରବାଟୀ ଲାଇଟ ବିଭ୍ରାଟକୁ ନେଇ ଗୋହି ଖୋଳିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ସେ କହିଛନ୍ତି,ଏଥିରେ ଟାଟା ପାୱାର ଭୂମିକା ନାହିଁ, ଜେନେରେଟରରେ ଚାଲିଥିଲା। ଯେଉଁ ରାଜନୈତିକ ଦଳ ପ୍ରଶ୍ନ କରୁଛି ଟିକେ ମନେ ପକାନ୍ତୁ
ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମରେ ଲାଇଟ କଟିଥିଲା। ସେତେବେଳେ ଜେନେରେଟର ନୁହେଁ, ସରକାରୀ ସପ୍ଲାଇ ଥିଲା। ସେତେବେଳେ କଣ ହେଲା ଆଜିଯାଏଁ ସ୍ପଷ୍ଟୀକରଣ ମିଳିନି। ଅନ୍ୟକୁ ପଚାରିବା ପୂର୍ବରୁ ନିଜକୁ ଦେଖନ୍ତୁ ବୋଲି କେଭି ସିଂଦେଓ କହିଛନ୍ତି।

କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ହଠାତ୍‌ ଫ୍ଲଡ ଲାଇଟ ବନ୍ଦ ହୋଇଯାଇଥିଲା। ଫଳରେ ମ୍ୟାଚ୍‌ କିଛି ସମୟ ବନ୍ଦ ହୋଇଯାଇଥିଲା। ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଛି। କ୍ରୀଡ଼ା ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ବିଜେଡି । ମନ୍ତ୍ରୀ ଚାରି ଚାରି ଥର ବାରବାଟୀ ଯାଇ ସମୀକ୍ଷା କରିଥିଲେ। ହେଲେ କେଉଁ ପରିସ୍ଥିତିରେ ଫ୍ଲଡ ଲାଇଟ୍‌ ହଠାତ୍‌ ବନ୍ଦ ହୋଇଗଲା ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି।

ମ୍ୟାଚ୍‌ ଆରମ୍ଭରୁ ଶେଷ ଯାଏ ଡିଜି ସେଟ୍‌ ଅନ୍‌ ରହିବା କଥା ହେଲେ ଲାଇଟ୍‌ ବନ୍ଦ ହେଲା କେମିତି ବୋଲି ବିଜେଡି ନେତା ଲେନିନ ମହାନ୍ତି ଅଭିଯୋଗ କରିଥିଲେ। ଫ୍ଲଡ ଲାଇଟ୍‌ ବନ୍ଦ ହେବା ପ୍ରଶଙ୍ଗକୁ ନେଇ ଓଡ଼ିଶା ବିଶ୍ବରେ ନିନ୍ଦିତ ହୋଇଛି ବୋଲି ଲେନିନ କହିଥିଲେ।

ଅନ୍ୟପକ୍ଷେ ବାରବାଟୀରେ ଫ୍ଲଡ ଲାଇଟ ଲିଭିଯିବା ପ୍ରସଙ୍ଗକୁ ନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ ଓସିଏକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କାହିଁକି ମ୍ୟାଚ୍‌ ବେଳେ ଲାଇଟ୍‌ ବନ୍ଦ ହେଲା ତାହାର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଘଟଣା ପାଇଁ କିଏ ଦାୟୀ ତାକୁ ନେଇ ୧୦ ଦିନରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ହୋଇଛି। ଅନ୍ୟପକ୍ଷେ ଖେଳ ବାଧାପ୍ରାପ୍ତକୁ ନେଇ ଦର୍ଶକଙ୍କୁ ନିରାଶ ହେବାକୁ ପଡିଥିଲା। ଏପରିକି ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଏଭଳି ତ୍ରୁଟିକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri