ହେମା ମାଳିନୀଙ୍କୁ ବିବାହ କରିବା ଧର୍ମେନ୍ଦ୍ରଙ୍କ ପକ୍ଷେ ଏତେ ସହଜ ନ ଥିଲା…

ବଲିଉଡ ଭେଟେରାନ ଅଭିନେତା ଧର୍ମେନ୍ଦ୍ର ୮୭ ବର୍ଷ ବୟସରେ ପାଦ ଦେବାକୁ ଯାଉଛନ୍ତି। ଡିସେମ୍ବର ୮ରେ ସେ ତାଙ୍କର ଜନ୍ମଦିନ ପାଳନ କରିବେ। ଧର୍ମେନ୍ଦ୍ର ତାଙ୍କର ଚମତ୍କାର ଅଭିନୟ କରି ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି ଏବଂ ଦେଶ ତଥା ବିଦେଶରେ ତାଙ୍କର ବହୁତ ପ୍ରଶଂସକ ଅଛନ୍ତ। ଭେଟେରାନ ବଲିଉଡ ଅଭିନେତା ଏପର୍ଯ୍ୟନ୍ତ୧୦୦ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଛନ୍ତି। ତାଙ୍କର ବ୍ୟକ୍ତିଗତ ଜୀବନ ଏକ ଚଳଚ୍ଚିତ୍ରଠାରୁ କିଛି କମ୍‌ ନୁହେଁ। ଆଉ ତାଙ୍କ ବ୍ୟକ୍ତିିଗତ ଲାଇଫ୍‌କୁ ନେଇ ସେ କେବେବି ପ୍ରଶଂସକଙ୍କଠାରୁ କିଛି ଲୁଚାଇବାକୁ ଚେଷ୍ଟା କରିନାହାଁନ୍ତି। ଏକ ସମୟ ଥିଲା ଯେତେବେଳେ ହେମା ମାଳିନୀ ନିଜ ପ୍ରେମ ବ୍ୟକ୍ତ କରିବା ପରେ ଅଭିନେତା ଜିତେନ୍ଦ୍ରଙ୍କୁ ବିବାହ କରିବାକୁ ଯାଉଥିଲେ। ସେତେବେଳେ ସେ ଧର୍ମେନ୍ଦ୍ରଙ୍କ ସହ ଥିବା ସମ୍ପର୍କକୁ ନେଇ ଟେନସନରେ ଥିଲେ। ପରିବାର ସଦସ୍ୟ ହେମା ଏବଂ ଜିତେନ୍ଦ୍ରଙ୍କ ବିଷୟରେ କଥାବାର୍ତ୍ତା କରୁଥିବାବେଳେ ଧର୍ମେନ୍ଦ୍ର ହେମାଙ୍କ ସହ ଫୋନରେ କଥା ହୋଇଥିଲେ ଏବଂ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ତାଙ୍କ ସହ ଥରେ ସାକ୍ଷାତ କରିବାକୁ କହିଥିଲେ। ଜିତେନ୍ଦ୍ର ତିରୁପତି ମନ୍ଦିରକୁ ଯାଇ ହେମାଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତା’ପରଦିନ ଧର୍ମେନ୍ଦ୍ର ବିମାନରୁ ସିଧାସଳଖ ଯାଇ ଚେନ୍ନାଇର ହେମାଙ୍କ ଘରେ ପହଞ୍ଚିଥିଲେ। ଏହାପରେ ହେମାଙ୍କୁ ବିବାହ କରିବାକୁ ଜିତେନ୍ଦ୍ରଙ୍କ ଇଚ୍ଛା ପୂରଣ ହୋଇନଥିଲା ଏବଂ ଶେଷରେ ୧୯୭୬ରେ ଜିତେନ୍ଦ୍ର ତାଙ୍କ ଗର୍ଲଫ୍ରେଣ୍ଡ ଶୋଭାଙ୍କୁ ବିବାହ କରିଥିଲେ। ଧର୍ମେନ୍ଦ୍ର ଧର୍ମ ପରିବର୍ତ୍ତନ କରି ହେମା ମଲିନୀଙ୍କୁ ବିବାହ କରିଥିଲେ। ସେହି ସମୟରେ ଧର୍ମେନ୍ଦ୍ରଙ୍କ ପ୍ରଥମ ସ୍ତ୍ରୀ ତାଙ୍କୁ ଛାଡପତ୍ର ଦେବାକୁ ମନା କରିଦେଇଥିଲେ ତେଣୁ ଉଭୟେ ଧର୍ମ ପରିବର୍ତ୍ତନ କରି ବିବାହ କରିଥିଲେ।
୧୯୫୪ରେ ଧର୍ମେନ୍ଦ୍ର ଜଣେ ପଞ୍ଜାବୀ ଝିଅ ପ୍ରକାଶ କୌରଙ୍କୁ ମାତ୍ର ୧୯ବର୍ଷ ବୟସରେ ବିବାହ କରିଥିଲେ। ଏହା ପରେ ସେ ମୁମ୍ବାଇ ଯାଇ ଫିଲ୍ମରେ କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମ ସ୍ତ୍ରୀଙ୍କର ଦୁଇ ପୁଅ ଏବଂ ଦୁଇ ଝିଅ ଥିବା ବେଳେ ହେମାଙ୍କ ସହିତ ତାଙ୍କର ଦୁଇ ଝିଅ ଇଶା ଦେଓଲ ଏବଂ ଅହାନା ଦେଓଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri