Posted inଜାତୀୟ

‘ଭାଜପା ସହ ଦ୍ୱିତୀୟଥର ମେଣ୍ଟ କରିବା ଥିଲା ଆମ ମୁର୍ଖତା’

ପାଟନା,୫।୯: ବିହାରରେ ଜେଡିୟୁ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ରାଜନୈତିକ ବାକ୍‌ଯୁଦ୍ଧ ଜାରି ରହିଛି। ଭାଜପା ଓ ଜେଡିୟୁ ନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରୁଛନ୍ତି। ଜେଡିୟୁ ନ୍ୟାଶନାଲ କାଉନସିଲର ବୈଠକରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୨୦୧୭ରେ ଭାଜପା ସହ ମେଣ୍ଟ କରିବା ଭୁଲ ନିଷ୍ପତ୍ତି ଏବଂ ଏହା ଆମର ମୂର୍ଖତା ବୋଲି କହିଥିଲେ।
ନୀତୀଶ କୁମାର କହିଛନ୍ତି, ୨୦୧୯ରେ ଲୋକ ସଭା ନିର୍ବାଚନ ପରେ କେନ୍ଦ୍ର ସରକାରରେ ମନ୍ତ୍ରୀ ହେବା ପାଇଁ ଦୁଇଟି ନାମ ଦେବା ପାଇଁ କୁହାଯାଇଥିଲା। କିନ୍ତୁ ଆମେ ଦିଲ୍ଲୀରେ ପହଞ୍ଚିବା ପରେ କେବଳ ଗୋଟିଏ ନାମ ଆବଶ୍ୟକ ବୋଲି କୁହାଗଲା। ଆମେ ରାଜି ହୋଇ ନ ଥିଲୁ କାରଣ ଆମେ ଚାହୁଁଥିଲୁ ଯେ ଜେଡିୟୁ କୋଟାରୁ କେନ୍ଦ୍ରରେ ଚାରିଜଣ ମନ୍ତ୍ରୀ ରହିବା ଉଚିତ। ଶେଷରେ ଆମ ଦଳର ଜଣେ ମନ୍ତ୍ରୀ ହୋଇଥିଲେ। ଯେପର୍ଯ୍ୟନ୍ତ ଆମର ଦଳ ଅଛି, ଆମେ ଏହି ଲୋକଙ୍କ(ଭାଜପା) ସହ କୌଣସି ଆପୋଷ ବୁଝାମଣା କରିବୁ ନାହିଁ। ଏହି ଲୋକମାନେ କେବଳ ହିନ୍ଦୁ-ମୁସଲମାନମାନଙ୍କୁ ବିଭାଜନ କରି ଶାସନ କରିବାକୁ ଚାହାଁନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଆରଏସଏସ କଥା ଶୁଣି ନ ଥିଲେ ଏବଂ ପୂର୍ବରୁ କେନ୍ଦ୍ର ସରକାରଙ୍କ ମନ୍ତ୍ରୀମାନେ ଏକ କାର୍ଯ୍ୟକ୍ରମକୁ ଯିବାବେଳେ ସେମାନଙ୍କ ନାମ ନେଉଥିଲେ, କିନ୍ତୁ ବର୍ତ୍ତମାନ ସେମାନେ ଅଟଳ ଜୀଙ୍କ ନାମ ନେବାକୁ ଭୁଲି ଯାଇଛନ୍ତି।
ସୂଚନାଯୋଗ୍ୟ, ଗତ ମାସରେ ହଠାତ୍‌ ଭାଜପା ହାତ ଛାଡି ଜେଡିୟୁ ସହ ମିଶି ନୀତୀଶ ବିହାରରେ ନୂତନ ସରକାର ଗଢିଥିଲେ। ଏହାପରଠାରୁ ଉଭୟ ଦଳର ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri