Posted inଖେଳ

ବିରାଟଙ୍କ ସହ ପ୍ରଥମ ଥର ହେଲା ଏମିତି, ଭାଙ୍ଗିଲେ କୋଟି କୋଟି ପ୍ରଶଂସକଙ୍କ ହୃଦୟ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଇଂଲଣ୍ଡ ସହ ମୁହାଁମୁହିଁ ହୋଇଛନ୍ତି। ଗୁଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳର ଖରାପ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟରେ ଏପର୍ଯ୍ୟନ୍ତ ବିଫଳ ହୋଇଥିବା ବିରାଟ କୋହଲି ସେମିଫାଇନାଲରେ ମଧ୍ୟ ଭଲ ବ୍ୟାଟିଂ କରିନଥିଲେ ଏବଂ କିଙ୍ଗ ଶସ୍ତାରେ ପ୍ୟାଭିଲିୟନକୁ ଫେରିଥିଲେ।
ଭାରତୀୟ ଦଳ ଇନିଂସର ତୃତୀୟ ତଥା ଚତୁର୍ଥ ବଲରେ ପ୍ରଥମ ଝଟକା ଦେଇଥିଲା। ରିସ ଟୋପଲି ବିରାଟ କୋହଲିଙ୍କୁ ବୋଲିଂ କରିଥିଲେ। ୧୦୦ ଷ୍ଟ୍ରାଇକ ହାରରେ କୋହଲି ୯ ବଲରେ ୯ରନ ସଂଗ୍ରହ କରିଥିଲେ। ଟି-୨୦ ବିଶ୍ୱକପର ସେମିଫାଇନାଲରେ ଏହା ବିରାଟ କୋହଲିଙ୍କ ସର୍ବନିମ୍ନ ସ୍କୋର। ଏହାପୂର୍ବରୁ ସେ ଟି -୨୦ ବିଶ୍ୱକପ ୨୦୧୪ର ସେମିଫାଇନାଲରେ ୪୪ଟି ବଲରେ ଅପରାଜିତ ୭୨ ରନ, ଟି -୨୦ ବିଶ୍ୱକପ ୨୦୧୬ ର ସେମିଫାଇନାଲରେ ୪୭ ଟି ବଲରେ ଅପରାଜିତ ୮୯ ରନ ଏବଂ ଟି-୨୦ ୨୦୨୨ ବିଶ୍ୱକପ ସେମିଫାଇନାଲରେ ୪୦ଟି ବଲରେ ୫୦ ରନ ସଂଗ୍ରହ କରିଥିଲେ।
ଚଳିତ ଥର ବିରାଟଙ୍କ ଏହି ସ୍କୋର ସର୍ବନିମ୍ନ ଥିବା ବେଳେ ଏହା ତାଙ୍କ କୋଟି କୋଟି ପ୍ରଶଂସକଙ୍କ ହୃଦୟକୁ ଆଘାତ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri