ଅନ୍ୟର ତ୍ରୁଟି ୨ଜଣଙ୍କୁ କାଳ ହେଲା

ବରଗଡ଼ ଅଫିସ୍‌/ବରପାଲି,୧୨।୫: ବରଗଡ଼ ଜିଲା ବରପାଲି ଥାନା ମହଦା କେନାଲ ଛକ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଆସୁଥିବା ବେଳେ ଗଛଡ଼ାଳ ଭାଙ୍ଗି ୨ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରପାଲି ଥାନା ବିଶିପାଲି ଗ୍ରାମର କମ୍ବୁପାଣି ବଢ଼େଇ(୪୦) ଏବଂ ସୁବର୍ଣ୍ଣପୁର ଜିଲା ରାମପୁର ଥାନା ସାହାଜବାହାଲ ଗ୍ରାମର ଶିବ ପ୍ରଧାନ(୪୫)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବରଗଡ଼ ପଠାଇଛି। ସୂଚନା ଅନୁଯାୟୀ, ଏକ ଡମ୍ଫର(ନଂ.ଓଡି୦୩ ୧୧୨୮) ବରପାଲି କେନାଲ ଛକ ଦେଇ ଭଟିଗାଁ-ମହଦା କେନାଲ ଛକକୁ ଯାଉଥିଲା। ଡମ୍ଫର ପଛପଟେ କମ୍ବୁପାଣି ଓ ଶିବ ବାଇକ୍‌(ନଂ-ଓଡ଼ି୧୭ଏ ୯୩୮୧) ଯୋଗେ ଯାଉଥିଲେ। ହେଲେ ମହଦା କେନାଲ ଛକ ନିକଟରେ ଡମ୍ଫର ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା। ଫଳରେ ଗଛର ଏକ ଡ଼ାଳ ଭାଙ୍ଗି ୨ ବାଇକ୍‌ ଆରୋହୀଙ୍କ ଉପରେ ପଡ଼ିଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ବରପାଲି ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri