୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ ୨୦୨୪ ନିର୍ବାଚନରେ ସ୍ଥିତି ବଦଳିଛି। ଏଥର ନିର୍ବାଚନ ମଇଦାନରେ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହ ମୋଟ ୯ ଜଣ ରହିଛନ୍ତି। ବିଜେଡିରୁ ୪ର୍ଥ ଥର ପାଇଁ ବିଧାୟକ ଡା. ନୃସିଂହ ଚରଣ ସାହୁ, ଭାଜପାରୁ ୪ର୍ଥ ଥର ପାଇଁ ବିଭୂତି ଭୂଷଣ ପ୍ରଧାନ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ କଂଗ୍ରେସ ପୂର୍ବଭଳି ପ୍ରାର୍ଥୀ ପରିବର୍ତ୍ତନ କରିଛି। କଂଗ୍ରେସ ଏଥର ଯୁବନେତା ରଣଜିତ କୁମାର ସାହୁଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ସେହିପରି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ)ରୁ ଗଦାଧର ପ୍ରଧାନ, ସ୍ବାଧୀନ
ପ୍ରାର୍ଥୀ ଭାବେ ବିଜୟ କୁମାର ରାଉତରାୟ, ରଘୁ ସିଂହ, ପତିତପାବନ ମହାପାତ୍ର, ହିମାଂଶୁ ଭୂଷଣ ବାରିକ ଓ ଅଜୟ କୁମାର ବିଶ୍ୱାଳ ପ୍ରତିଦ୍ବନ୍ଦି୍ବତା କରୁଛନ୍ତି। ହେଲେ ମୁଖ୍ୟତଃ ୩ ପ୍ରମୁଖ ଦଳ ବିଜେଡି-ଭାଜପା ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେବାକୁ ଯାଉଥିବା ଆଲୋଚନା ହେଉଛି।
୨୦୦୯ରେ ଗଠିତ ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ପରଜଙ୍ଗ ବ୍ଲକର ୨୯ ପଞ୍ଚାୟତ, କଙ୍କଡ଼ାହାଡ଼ ବ୍ଲକର ୨୧ ଓ କାମାକ୍ଷାନଗର ବ୍ଲକର ୬ ପଞ୍ଚାୟତ ରହିଛି। ଏଠାରେ ଶିକ୍ଷା, ଉଠା ଜଳସେଚନ ପ୍ରକଳ୍ପ, ଗମନାଗମନ, ପାନୀୟ ଜଳ ଓ ବେରୋଜଗାର ଠାରୁ ଆରମ୍ଭ କରି ଅନେକ ସମସ୍ୟା ଥିବାରୁ ତାହାକୁ ପ୍ରସଙ୍ଗ କରି ଏଥର ୩ ପ୍ରମୁଖ ଦଳ ଜୋର୍‌ଦାର ପ୍ରଚାର ଚଳାଇଛନ୍ତି। ୨୦୦୯, ୨୦୧୪ ଓ ୨୦୧୯ ନିର୍ବାଚନରେ ଏହି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଡା. ସାହୁ ବିଜୟୀ ହୋଇଥିଲେ। ତେବେ ୨୦୧୯ରେ ଡା. ସାହୁ ଓ ବିଭୂତିଙ୍କ ମଧ୍ୟରେ ହାର୍‌-ଜିତି ବ୍ୟବଧାନ ଥିଲା ମାତ୍ର ୭୪୦ ଭୋଟ। ତେଣୁ ଏଥର ଏହି ବିଜୟ ବ୍ୟବଧାନ ବଢ଼ାଇବାକୁ ବିଜେଡି ରଣନୀତି ପ୍ରସ୍ତୁତ କରୁଥିବା କୁହାଯାଉଛି। ଦଳର ହେଭିଓ୍ବେଟ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ ସଭାମାନ କରି ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟ ଦେବାକୁ ନିବେଦନ କରିଥିବାବେଳେ ଭାଜପା ବିଜେଡିକୁ ରୋକିବାକୁ ଆବଶ୍ୟକ ପ୍ରସ୍ତୁତି ଚଳାଇଥିବା ଆଲୋଚନା ହେଉଛି। ଦଳର ଷ୍ଟାର ପ୍ରଚାରକ ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାରର ମଙ୍ଗ ଧରିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସର ଯୁବ ଚେହେରା ଭାବେ ଲଢ଼ୁଥିବା ରଣଜିତ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ଓ ଭାଜପାକୁ ପଛରେ ପକାଇବାକୁ ଉଦ୍ୟମ କରୁଛନ୍ତି। ଏଯାଏ କଂଗ୍ରେସର ହେଭିଓ୍ବେଟ୍‌ ପ୍ରଚାର ପର୍ବକୁ ଆସି ନ ଥିଲେ ମଧ୍ୟ ଆଗାମୀ ଦିନରେ ଆସିବାକୁ ଥିବା ଷ୍ଟାର ପ୍ରଚାରକଙ୍କୁ ନେଇ ଦଳ ଆଶାବାଦୀ ରହିଛି।
ଏ ସମ୍ପର୍କରେ ବିଜେଡି ପ୍ରାର୍ଥୀ ସାହୁ କହିଛନ୍ତି, ବିକାଶ ହିଁ ବିଜେଡିର ପରିଚୟ। ବିକାଶ ହୋଇଛି, ଆଗକୁ ଆହୁରି ହେବ। ଭାଜପା ପ୍ରାର୍ଥୀ ବିଭୂତି କହିଛନ୍ତି, ମୋଦିଙ୍କ ଗ୍ୟାରେଣ୍ଟି ଓ ଜନହିତକର ଯୋଜନାକୁ ନେଇ ଲୋକଙ୍କ ନିକଟକୁ ଯାଉଛୁ। କଂଗ୍ରେସ ପ୍ରାର୍ଥୀ ରଣଜିତ କହିଛନ୍ତି, ନିର୍ବାଚନମଣ୍ଡଳୀରେ ଥିବା ବେରୋଜଗାର, ଶିକ୍ଷା ଓ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଲୋକଙ୍କ ନିକଟତର ହେଉଛନ୍ତି। କଂଗ୍ରେସ ଅଧିକ ଭୋଟ ପାଇବା ଯୋଜନାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?