୨୪ରୁ କମିବ ଥଣ୍ଡା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ରାଜ୍ୟର ୮ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୮, କେନ୍ଦୁଝର ୮.୪, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୬, ଦାରିଙ୍ଗବାଡ଼ି ୧୦, ଅନୁଗୋଳ ୧୦, ହୀରାକୁଦ ୧୦.୯, ଭବାନୀପାଟଣା ୧୦, ସୋନପୁର ୧୧, ବରଗଡ଼ ୧୧.୮, ଦେବଗଡ଼ ୧୧.୬, ସମ୍ବଲପୁର ୧୨.୪, କଟକ ୧୩.୪, ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୪ ତାରିଖରୁ ରାଜ୍ୟରେ ଶୀତ କମିବ। ପଶ୍ଚିମାବାୟୁ ପ୍ରବାହ ଯୋଗୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ୪ ଦିନ ତାପମାତ୍ରା ଉପର ମୁହଁା ରହିବ। ପୁଣି ୨୮ ତାରିଖରୁ ଶୀତ ବଢ଼ିବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଏବଂ ଭଦ୍ରକ ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri