ଆଉ ଥରେ ଜିତିବା କଠିନ ହେବ

ଓ୍ବାଶିଂଟନ,୧୪/୮:ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ୩ ମାସରୁ କମ୍‌ ସମୟ ବାକି ଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମୁଣ୍ଡବ୍ୟଥା ବଢ଼ାଇଦେଇଛନ୍ତି ତାଙ୍କ ଡେମୋକ୍ରାଟିକ୍‌ ପ୍ରତିଦ୍ୱନ୍ଦ୍ୱୀ ଜୋ ବିଡେନ ଓ ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌। ବିଡେନ ହାରିସ୍‌ଙ୍କୁ ମଇଦାନକୁ ଓହ୍ଲାଇବା ପରେ ଟ୍ରମ୍ପ୍‌ ନିଜ ପ୍ରତିକ୍ରିୟାରେ ତାଙ୍କୁ ଅତ୍ୟନ୍ତ ଅନୁପଯୁକ୍ତ ଓ ଦୁର୍ବଳ ପ୍ରାର୍ଥୀ ଅଭିହିତ କରି ଏହି ଯୋଡ଼ିକୁ ଆମେରିକାବାସୀ ନିର୍ବାଚନ ବେଳେ ପ୍ରତ୍ୟାଖ୍ୟାନ କରିବେ ବୋଲି କହିଥିଲେ। ଆମେରିକାରେ ବର୍ଣ୍ଣବୈଷ୍ୟମକୁ ନେଇ କୃଷ୍ଣକାୟ ଭୋଟରମାନେ ଟ୍ରମ୍ପ୍‌ଙ୍କୁ ପସନ୍ଦ କରୁ ନ ଥିବାବେଳେ ସେ ଆଗକୁ ହାରିସ୍‌ଙ୍କ ପୃଷ୍ଠଭୂମିକୁ ନେଇ ବ୍ୟକ୍ତିଗତ ଆକ୍ଷେପ କଲେ ରାଷ୍ଟ୍ରପତିଙ୍କୁ ମହଙ୍ଗା ପଡ଼ିବ ବୋଲି ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।
ହ୍ବାଇଟ୍‌ ହାଉସ୍‌କୁ ଦ୍ୱିତୀୟ ଥର ଯାତ୍ରା ପାଇଁ ଜୋର୍‌ଦାର ଉଦ୍ୟମ କରୁଥିବା ୭୪ ବର୍ଷୀୟ ଟ୍ରମ୍ପ୍‌ଙ୍କ ଆଗରେ ବିଡେନ-ହାରିସ୍‌ ଟିମ୍‌ ଏବେ ବଡ଼ ପ୍ରତିବନ୍ଧକ ଭାବେ ଛିଡ଼ା ହୋଇଛନ୍ତି। କୋଭିଡ୍‌-୧୯କୁ ରୋକିବାରେ ବିଫଳତା, ଆର୍ଥିକ ମାନ୍ଦାବସ୍ଥା ଓ ବେକାରି ସମସ୍ୟା ଟ୍ରମ୍ପ୍‌ଙ୍କ ପାଇଁ ବଡ଼ ଆହ୍ବାନ ଭାବେ ଛିଡ଼ା ହୋଇଛି। ବିଶେଷକରି ଜଣେ ଶ୍ୱେତାଙ୍ଗ ପୋଲିସ ଅଫିସର କୃଷ୍ଣକାୟ ଜର୍ଜ ଫ୍ଲୟଡ୍‌ଙ୍କୁ ହତ୍ୟା କରିବା ପରେ ଦେଶରେ ସୃଷ୍ଟି ହୋଇଥିତ୍ବା ବୈଷମ୍ୟ ବିରୋଧୀ ‘ବ୍ଲାକ୍‌ ଲାଇଭ୍‌ସ ମ୍ୟାଟର’ ଆନ୍ଦୋଳନ ପରେ ଟ୍ରମ୍ପ୍‌ଙ୍କ ସ୍ଥିତି ଅଧିକ ଟଳମଳ ହୋଇଥିଲା। ଅଣଶ୍ୱେତାଙ୍ଗ ହାରିସ୍‌ ରିପବ୍ଲିକାନ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ ମାଇକ୍‌ ପେନ୍ସଙ୍କ ପାଇଁ ଅଡ଼ୁଆ ବଢ଼ାଇବେ ତାହା ନୁହେଁ, ରାଷ୍ଟ୍ରପତି ହେବାକୁ ଚାହୁଁଥିବା ଟ୍ରମ୍ପ୍‌ଙ୍କ ମଧ୍ୟ ସ୍ବପ୍ନଭଙ୍ଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri