କାଗଜରେ ପାଠ ଲେଖିଲେ ରହିବ ଅଧିକ ମନେ

ଟୋକିଓ,୨୦।୩: ପାଠ ପଢ଼ିଲେ ମଧ୍ୟ କେତେକ ଛାତ୍ରୀଛାତ୍ରଙ୍କର ଏହା ମନେ ରହି ନ ଥାଏ। ତେବେ ସମ୍ପ୍ରତି ଜାପାନର ଟୋକିିଓରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କାଗଜରେ ପାଠ ଲେଖିଲେ ଅଧିକ ମନେ ରହିବ। ପାଠ ପଢ଼ା ସରିବାରୁ ବହୁ ଘଣ୍ଟା ପର୍ଯ୍ୟନ୍ତ ଏହା ମନେ ରହିଥାଏ। ଅପରପକ୍ଷରେ ପାଠ ପଢ଼ା ସମୟରେ ଏହାକୁ କେବଳ ଶୁଣିଲେ ଏହା କିଛି ସମୟ ପରେ ଭୁଲି ହୋଇଯାଇଥାଏ। ଟୋକିଓ ବିଶ୍ୱବିଦ୍ୟାଳୟର ୧୮ରୁ ୨୯ ବୟସ୍କଙ୍କ ମଧ୍ୟରେ ଏନେଇ ସର୍ଭେ କରାଯାଇଥିଲା। ଲେଖି ପଢ଼ିଲେ ୨୫ ପ୍ରତିଶତ ଶୀଘ୍ର ପାଠ ମନେ ରହିଥାଏ ବୋଲି ପ୍ରଫେସର କୁନିୟୋଶି ଏଲ୍‌. ସାକାଇ ସୂଚନା ଦେଇଛନ୍ତି। ଏନେଇ ପ୍ରଣ୍ଟିୟରର୍ସ ଇନ୍‌ ବିହାଭିଓରାଲ ନ୍ୟୁରୋସାଇନ୍ସ୍‌ ପତ୍ରିକାରେ ରିପୋର୍ଟ ପ୍ରକାଶ ପାଇଛି। ୪୮ ଭଲ୍ୟୁଣ୍ଟର ଏହି ସର୍ଭେରେ ଅଂଶଗ୍ରହଣ କରିଥିଲେ। ସେମାନଙ୍କର ମ୍ୟାଗ୍ନେଟିକ୍‌ ରିଜୋନାନ୍ସ୍‌ ଇମେଜିଂ(ଏମ୍‌ଆର୍‌ଇ) କରାଯାଇଥିଲା। ଏଥିରୁ ଜଣାପଡ଼ିଥିଲା ଯେ, ଲେଖି ପାଠପଢ଼ିବା ଦ୍ୱାରା ମସ୍ତିଷ୍କର ସ୍ମୃତି ଶକ୍ତି ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ମାତ୍ର କେବଳ ମୋବାଇଲ ଅବା କମ୍ପ୍ୟୁଟର କିମ୍ବା ବହି ପଢ଼ିଲେ ଏହା ଅଧିକ ସମୟ ସ୍ମୃତିରେ ରହିପାରି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri