୫୦ ହଲ୍‌ରେ ଏକସଙ୍ଗରେ ରିଲିଜ୍‌ ହେବ

ଭୁବନେଶ୍ୱର,୧।୧୧(ବ୍ୟୁରୋ):ପ୍ରଥମ କରି ରାଜଧାନୀର ବିଭିନ୍ନ ଛକରେ ବୁଲି ପ୍ରଚାର କରିଛି ଓଡ଼ିଆ ଚଳଚ୍ଚିତ୍ର ଟିମ୍‌। ଆସନ୍ତା ୪ ତାରିଖରେ ୫୦ଟି ହଲରେ ରିଲିଜ ହେବାକୁ ଥିବା ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଟିମ୍‌ ଏପରି ନିଆରା ଢ଼ଙ୍ଗରେ ଚଳଚ୍ଚିତ୍ରର ପ୍ରଚାର କରିଛନ୍ତି॥ କାନ୍ଧରେ ‘ଦମନ’ର ପୋଷ୍ଟର ସହ ମୃତଦେହର ଅବିକଳ ଏକ ପ୍ରତିକୃତିକୁ ଡାକ୍ତର ବେଶରେ ଥିବା ଦୁଇ ସଦସ୍ୟ କାନ୍ଧରେ ବୋହି ଲୋକଙ୍କୁ ସିନେମାର ବାସ୍ତବତା ବିଷୟରେ ବୁଝାଇବା ସହ ଚଳଚ୍ଚିତ୍ର ଦେଖିବାକୁ ଅନୁରୋଧ କରିଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତରେ ମୌଳିକ କାହାଣୀ ନାହିଁ ବୋଲି ଦୀର୍ଘ ଦିନରୁ ବହୁତ ଅଭିଯୋଗ କରିଆସୁଛନ୍ତି ଦର୍ଶକ। ତେବେ ଏହା ନିଶ୍ଚିତ ଦର୍ଶକଙ୍କ ହୃଦୟକୁ ଛୁଇଁବ ବୋଲି ଚଳଚ୍ଚିତ୍ର ନିର୍ଦ୍ଦେଶକ ଦେବୀପ୍ରସାଦ ଲେଙ୍କା କହିଛନ୍ତି।
ଏହି ଚଳଚ୍ଚିତ୍ରରେ ବାବୁଶାନଙ୍କ ସହ ଅଛନ୍ତି ଦୀପନ୍ବିତ ଦାସ ମହାପାତ୍ର। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଜଣେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି। ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ନିଯୁକ୍ତି ହୁଏ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତର ଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଚ୍ୟାଲେଞ୍ଜ ସାମ୍ନା କରିବାକୁ ପଡ଼ୁଛି। ବଡ଼ ବଜେଟ୍‌ର ଏହି ଫିଲ୍ମରେ ବାବୁଶାନଙ୍କୁ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। ଏହି ଫିଲ୍ମଟି ବାବୁଶାନ ମହାନ୍ତିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ। ଫିଲ୍ମଟି ରିଲିଜ ପରେ ଓଡ଼ିଆ ସିନେମା ଶିଳ୍ପ ପାଇଁ ଏହା ଏକ ନୂଆ ଦିଶା ଦେବ ବୋଲି ଚଳଚ୍ଚିତ୍ର ନିର୍ମାତା ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri