ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ ରହିବ। ରଥଯାତ୍ରା ପରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ଆସନ୍ତା ଜୁଲାଇ ୧୨ରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତିକାନ୍ତି ହେବ ।