‘ପରିବହନ କ୍ଷେତ୍ରରେ ପରିବର୍ତ୍ତନ ଆଣିବ’

ଭୁବନେଶ୍ୱର,୧୭।୨:କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ‘ପିଏମ୍‌ ଗତିଶକ୍ତି ଓ ଜାତୀୟ ଲଜିଷ୍ଟିକ୍ସ ନୀତି’ ଶୀର୍ଷକ ବିଷୟବସ୍ତୁ ଉପରେ ପୂର୍ବ ଜୋନ୍‌ ସମ୍ମିଳନୀ ସ୍ଥାନୀୟ ଜୟଦେବ ନିକଟସ୍ଥ ଏକ ହୋଟେଲ ପରିସରରେ ଆୟୋଜିତ ହୋଇଯାଇଛି। ବିଶେଷ କରି ଭାରତ ସରକାର ଅଧୀନରେ ଥିବା ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ୍‌ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ସମ୍ବୋଧିତ କରି କହିଥିଲେ, ଲଜିଷ୍ଟିକ୍ସ ହେଉଛି ଦେଶ ପାଇଁ ସବୁଠୁ ବଡ଼ ଆହ୍ବାନ। ଏପରିକି ପିଏମ୍‌ ଗତିଶକ୍ତି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହାଦ୍ବାରା ପରିବହନ କ୍ଷେତ୍ରର ଏକ ବୈପ୍ଳବିକ ପରିବର୍ତ୍ତନ ସହ ବିଭିନ୍ନ ବିଭାଗରେ ରହିଥିବା ବାଧକଗୁଡ଼ିକ ଦୂର କରିବାରେ ଦୀର୍ଘକାଳୀନ ଭିତ୍ତିରେ ସହାୟତା ମିଳିବ। ସେହିଭଳି ବିଭିନ୍ନ ବିଭାଗ ଓ ମନ୍ତ୍ରଣାଳୟକୁ ଗୋଟିଏ ପ୍ଲାଟ୍‌ଫର୍ମକୁ ଆଣିବା ସହ ଦେଶ ମଧ୍ୟରେ ଏହା ବହୁ ପରିମାଣରେ ଖଣି ଓ ମାଲ ପରିବହନ ଦିଗରେ ବେଶ୍‌ ସହାୟକ ହୋଇପାରିବ। ଏପରିକି କେବଳ ଓଡ଼ିଶା ଦେଶର ୧୪ରୁ ୧୫ଟି ରାଜ୍ୟକୁ ତାପଜ କୋଇଲା ପରିବହନ କରୁଛି, ପୂର୍ବାଞ୍ଚଳ କ୍ଷେତ୍ରରେ ଲଜିଷ୍ଟିକ୍ସ ସୁବିଧାର ବିକାଶ ଆବଶ୍ୟକତା ଉପରେ ସେ ବିସ୍ତୃତ ଆଲୋକପାତ କରିଥିଲେ। ସେହିପରି ଇସ୍ପାତ ମନ୍ତ୍ରଣାଳୟର ସଚିବ ନଗେନ୍ଦ୍ର ନାଥ ସିହ୍ନା କହିଥିଲେ, ଇସ୍ପାତ କ୍ଷେତ୍ର ପାଇଁ ଲଜିଷ୍ଟିକ୍ସ ଏକ ଜୀବନ ଓ ମୃତ୍ୟୁ ପରିସ୍ଥିତି ଭଳି ସମସ୍ୟା ଲାଗି ରହିଛି। ଏପରିକି ଗୋଟିଏ ଟନ୍‌ ଇସ୍ପାତ ଉତ୍ପାଦନ ଲାଗି ୪ ଟନ୍‌ ସାମଗ୍ରୀ ପରିବହନ କରିବାକୁ ପଡ଼ିଥାଏ। ତେଣୁ ୧୨୦ ନିୟୁତ ଟନ୍‌ ଇସ୍ପାତ ଉତ୍ପାଦନ ଲାଗି ପ୍ରାୟ ୬୦୦ନିୟୁତ ଟନ୍‌ ସାମଗ୍ରୀକୁ ସାରା ଦେଶରେ ପରିବହନ କରାଯିବାର ଆବଶ୍ୟକତା ରହିଛି। ଅପରପକ୍ଷରେ କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଏମ୍‌. ନାଗରାଜୁ କହିଥିଲେ, ପିଏମ୍‌ ଗତିଶକ୍ତି କାର୍ଯ୍ୟକ୍ରମରେ ନିହିତ ରହିଥିବା ସମନ୍ବୟ ଦୃଷ୍ଟିକୋଣ ଉତ୍ପାଦନ କ୍ଷମତା ବଢ଼ାଇବ ଏବଂ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବ। ଏଥିସହିତ ଭିତ୍ତିଭୂମି ନିର୍ମାଣରେ ବର୍ଜ୍ୟବସ୍ତୁ ପରିମାଣ ମଧ୍ୟ ହ୍ରାସ କରିବ। ଉକ୍ତ ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ୪ ରାଜ୍ୟରେ ପ୍ରାକୃତିକ ସମ୍ବଳ ଭର୍ତ୍ତି ହୋଇରହିଛି ବୋଲି ନାଗରାଜୁ କହିଥିଲେ। ଦେଶର ଶିଳ୍ପ ବିକାଶରେ ଏହି ସବୁ ରାଜ୍ୟ ଦୃଢ ମୂଳ ଦୁଆ ନିର୍ମାଣ କରିବାରେ ସହାୟକ ହୋଇପାରିବେ ବସ୍ତୁ ଓ ସାମଗ୍ରୀର ବାଧାମୁକ୍ତ ଓ ବ୍ୟୟସାପେକ୍ଷ ପରିବହନ ସୁନିଶ୍ଚିତ କରିବା ଲାଗି ଏ ସବୁ ରାଜ୍ୟରେ ଏକ ବ୍ୟବସ୍ଥିତ ଲଜିଷ୍ଟିକ୍ସ ନୀତି ବିଶେଷ ସହାୟକ ହୋଇପାରିବ। ଝାଡ଼ଖଣ୍ଡ ସରକାରଙ୍କ ଖଣି ସଚିବ ଅବୁବାକର ସିଦ୍ଦିକି ପି, ଏନ୍‌ଏଲ୍‌ସିଆଇଏଲ୍‌ର ଅଧ୍ୟକ୍ଷ ପ୍ରସନ୍ନ କୁମାର ମୋଟୁପଲ୍ଲୀ ମଧ୍ୟ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri