‘ପରିବହନ କ୍ଷେତ୍ରରେ ପରିବର୍ତ୍ତନ ଆଣିବ’

ଭୁବନେଶ୍ୱର,୧୭।୨:କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ‘ପିଏମ୍‌ ଗତିଶକ୍ତି ଓ ଜାତୀୟ ଲଜିଷ୍ଟିକ୍ସ ନୀତି’ ଶୀର୍ଷକ ବିଷୟବସ୍ତୁ ଉପରେ ପୂର୍ବ ଜୋନ୍‌ ସମ୍ମିଳନୀ ସ୍ଥାନୀୟ ଜୟଦେବ ନିକଟସ୍ଥ ଏକ ହୋଟେଲ ପରିସରରେ ଆୟୋଜିତ ହୋଇଯାଇଛି। ବିଶେଷ କରି ଭାରତ ସରକାର ଅଧୀନରେ ଥିବା ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ୍‌ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ସମ୍ବୋଧିତ କରି କହିଥିଲେ, ଲଜିଷ୍ଟିକ୍ସ ହେଉଛି ଦେଶ ପାଇଁ ସବୁଠୁ ବଡ଼ ଆହ୍ବାନ। ଏପରିକି ପିଏମ୍‌ ଗତିଶକ୍ତି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହାଦ୍ବାରା ପରିବହନ କ୍ଷେତ୍ରର ଏକ ବୈପ୍ଳବିକ ପରିବର୍ତ୍ତନ ସହ ବିଭିନ୍ନ ବିଭାଗରେ ରହିଥିବା ବାଧକଗୁଡ଼ିକ ଦୂର କରିବାରେ ଦୀର୍ଘକାଳୀନ ଭିତ୍ତିରେ ସହାୟତା ମିଳିବ। ସେହିଭଳି ବିଭିନ୍ନ ବିଭାଗ ଓ ମନ୍ତ୍ରଣାଳୟକୁ ଗୋଟିଏ ପ୍ଲାଟ୍‌ଫର୍ମକୁ ଆଣିବା ସହ ଦେଶ ମଧ୍ୟରେ ଏହା ବହୁ ପରିମାଣରେ ଖଣି ଓ ମାଲ ପରିବହନ ଦିଗରେ ବେଶ୍‌ ସହାୟକ ହୋଇପାରିବ। ଏପରିକି କେବଳ ଓଡ଼ିଶା ଦେଶର ୧୪ରୁ ୧୫ଟି ରାଜ୍ୟକୁ ତାପଜ କୋଇଲା ପରିବହନ କରୁଛି, ପୂର୍ବାଞ୍ଚଳ କ୍ଷେତ୍ରରେ ଲଜିଷ୍ଟିକ୍ସ ସୁବିଧାର ବିକାଶ ଆବଶ୍ୟକତା ଉପରେ ସେ ବିସ୍ତୃତ ଆଲୋକପାତ କରିଥିଲେ। ସେହିପରି ଇସ୍ପାତ ମନ୍ତ୍ରଣାଳୟର ସଚିବ ନଗେନ୍ଦ୍ର ନାଥ ସିହ୍ନା କହିଥିଲେ, ଇସ୍ପାତ କ୍ଷେତ୍ର ପାଇଁ ଲଜିଷ୍ଟିକ୍ସ ଏକ ଜୀବନ ଓ ମୃତ୍ୟୁ ପରିସ୍ଥିତି ଭଳି ସମସ୍ୟା ଲାଗି ରହିଛି। ଏପରିକି ଗୋଟିଏ ଟନ୍‌ ଇସ୍ପାତ ଉତ୍ପାଦନ ଲାଗି ୪ ଟନ୍‌ ସାମଗ୍ରୀ ପରିବହନ କରିବାକୁ ପଡ଼ିଥାଏ। ତେଣୁ ୧୨୦ ନିୟୁତ ଟନ୍‌ ଇସ୍ପାତ ଉତ୍ପାଦନ ଲାଗି ପ୍ରାୟ ୬୦୦ନିୟୁତ ଟନ୍‌ ସାମଗ୍ରୀକୁ ସାରା ଦେଶରେ ପରିବହନ କରାଯିବାର ଆବଶ୍ୟକତା ରହିଛି। ଅପରପକ୍ଷରେ କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଏମ୍‌. ନାଗରାଜୁ କହିଥିଲେ, ପିଏମ୍‌ ଗତିଶକ୍ତି କାର୍ଯ୍ୟକ୍ରମରେ ନିହିତ ରହିଥିବା ସମନ୍ବୟ ଦୃଷ୍ଟିକୋଣ ଉତ୍ପାଦନ କ୍ଷମତା ବଢ଼ାଇବ ଏବଂ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବ। ଏଥିସହିତ ଭିତ୍ତିଭୂମି ନିର୍ମାଣରେ ବର୍ଜ୍ୟବସ୍ତୁ ପରିମାଣ ମଧ୍ୟ ହ୍ରାସ କରିବ। ଉକ୍ତ ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ୪ ରାଜ୍ୟରେ ପ୍ରାକୃତିକ ସମ୍ବଳ ଭର୍ତ୍ତି ହୋଇରହିଛି ବୋଲି ନାଗରାଜୁ କହିଥିଲେ। ଦେଶର ଶିଳ୍ପ ବିକାଶରେ ଏହି ସବୁ ରାଜ୍ୟ ଦୃଢ ମୂଳ ଦୁଆ ନିର୍ମାଣ କରିବାରେ ସହାୟକ ହୋଇପାରିବେ ବସ୍ତୁ ଓ ସାମଗ୍ରୀର ବାଧାମୁକ୍ତ ଓ ବ୍ୟୟସାପେକ୍ଷ ପରିବହନ ସୁନିଶ୍ଚିତ କରିବା ଲାଗି ଏ ସବୁ ରାଜ୍ୟରେ ଏକ ବ୍ୟବସ୍ଥିତ ଲଜିଷ୍ଟିକ୍ସ ନୀତି ବିଶେଷ ସହାୟକ ହୋଇପାରିବ। ଝାଡ଼ଖଣ୍ଡ ସରକାରଙ୍କ ଖଣି ସଚିବ ଅବୁବାକର ସିଦ୍ଦିକି ପି, ଏନ୍‌ଏଲ୍‌ସିଆଇଏଲ୍‌ର ଅଧ୍ୟକ୍ଷ ପ୍ରସନ୍ନ କୁମାର ମୋଟୁପଲ୍ଲୀ ମଧ୍ୟ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri