ଝାରସୁଗୁଡ଼ା-ବରଗଡ଼କୁ ସଂଯୋଗ କରିବ ୩ କି.ମି. ଲମ୍ବା ହାଇ ଲେବଲ୍‌ ବ୍ରିଜ୍‌

ନୂଆଦିଲ୍ଲୀ/ଝାରସୁଗୁଡ଼ା ଅଫିସ: ୮।୪: ଝାରସୁଗୁଡା ଜିଲାକୁ ପଡୋଶୀ ବରଗଡ଼ ଜିଲା ସହିତ ସଂଯୋଗୀକରଣ କରିବା ପାଇଁ ମହାନଦୀ ଉପରେ ଏକ ହାଇଲେବଲ ବ୍ରିଜ୍‌ ନିର୍ମାଣ ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହି ସୂଚନା ଦେଇଛନ୍ତି। ଉକ୍ତ ବ୍ରିଜ୍‌ ପାଇଁ ୨୭୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ଉକ୍ତ ହାଇଲେବଲ ବ୍ରିଜ୍‌ ସେତୁ ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍‌ ଭିକମପାଲି ପଞ୍ଚାୟତ ପୂଜାରୀପାଲି ନିକଟ ପଦ୍ମପୁରଘାଟରୁ ବରଗଡ ଜିଲା ଅମ୍ବାଭନା ବ୍ଲକ୍‌ ଜରିମୁଳି ଘାଟ ସହ ସଂଯୋଗ କରିବ। ଏହି ଦୀର୍ଘତମ ସେତୁର ଦୂରତ୍ୱ ୩ କିଲୋମିଟର ରହିଛି। ଏହା ବ୍ୟତୀତ କେନ୍ଦ୍ର ସରକାର ପାଟଣାଗଡ଼-ପଦ୍ମପୁର ରୋଡ୍‌ର ୨୧/୧୬୦ କି.ମିରୁ ୩୮/୬୨୫ କି.ମି. ପର୍ଯ୍ୟନ୍ତ ସୁଦୃଢ଼ୀକରଣ ପ୍ରକଳ୍ପକୁ ମଧ୍ୟ ଅନୁମୋଦନ କରାଯାଇଥିବା ପରିବହନ ମନ୍ତ୍ରୀ ଗଡ଼କରୀ କହିଛନ୍ତି।

ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କ ଅନୁରୋଧ କ୍ରମେ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ଉପରୋକ୍ତ ପ୍ରକଳ୍ପଗୁଡ଼ିକର ଅନୁମୋଦନ ସମ୍ପର୍କରେ ସୂଚନା ଦେଇଥିଲେ। ଏହା ବ୍ୟତୀତ ବରଗଡ଼-ଭଟଲି-ଅମ୍ବାଭୋନା ରାସ୍ତା ପ୍ରଶସ୍ତୀକରଣକୁ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଛନ୍ତି। ଉକ୍ତ ୩ ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ସଡ଼କ ଓ ଭିତ୍ତିଭୂମି ପାଣ୍ଠି (ସିଆର୍‌ଆଇଏଫ୍‌)ରୁ ପାଣ୍ଠି ଯୋଗାଇଦିଆଯିବ। ଏ ବାବଦରେ ୩୬୮.୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri