୪ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ବର,୨।୭: ରାଜ୍ୟରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମଧରଣର ବର୍ଷା ଗୁରୁବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାରେ ବଜ୍ରପାତ ସହ ବର୍ଷା ହେବ। ଏଣୁ ଏସବୁ ଜିଲାକୁ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାନିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୩ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା,ଗଜପତି, ସୁନ୍ଦରଗଡ଼,କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲାରେ ବର୍ଷା ହେବ। ସେହିପରି ୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୫ ତାରିଖରେ ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ମଧ୍ୟମ ଧରଣର ବର୍ଷା ହେବ। ଏଣୁ ସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଶନିବାର ରାଜଧାନୀ ଭୁବନେଶ୍ବର ଏବଂ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri