ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ମୁତାବକ, ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୫ରୁ ୨୭ ତାରିଖ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୨ ଦିନ ବର୍ଷା ପରିମାଣ କମିବ। ହେଲେ ଉପକୂଳ ଅଞ୍ଚଳର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।