ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା ସହ କାର୍ଯ୍ୟକାରୀ ମଧ୍ୟ କରାଇଛନ୍ତି। ଏପରିକି ଭାରତ ସରକାରଙ୍କ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟି ଦ୍ୱାରା ଏହି ପ୍ରକଳ୍ପକୁ ନିକଟରେ ଅନୁମୋଦନ ଦିଆଯାଇଛି। ଫଳରେ ବେଦାନ୍ତର ଜାମକାନି ଓ ଘୋଗରପାଲୀ କ୍ୟାପ୍ଟିଭ ଖଣିରୁ ୧୦୦% ରେଳଭିତ୍ତିକ କୋଇଲା ଛାଡ଼ିବା ସହ ସଡ଼କ ପରିବହନ ପରିବର୍ତ୍ତେ ଏହି ପ୍ରକଳ୍ପ ଅଙ୍ଗାରକାମ୍ଳ ପଦଚିହ୍ନ ଓ କୋଇଲା ଲଜିଷ୍ଟିକ୍ସ ବ୍ୟୟକୁ ହ୍ରାସ କରିବ। ୩୭କି.ମି. ବିଶିଷ୍ଟ ରେଳଲାଇନ ବେଦାନ୍ତ କୋଇଲା ଖଣିରୁ କୋଇଲା ପରିବହନକୁ ଶୃଙ୍ଖଳିତ କରିବା ସହିତ ଦ୍ରୁତ ଲୋଡିଂ ସିଷ୍ଟମ ମାଧ୍ୟମରେ କ୍ରମାଗତ କୋଇଲା ଗୁଣ ଓ ଲଜିଷ୍ଟିକ୍ସକୁ ନିଶ୍ଚିତ କରିବ।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ୍‌ ସ୍ଲାଭେନ୍‌ କହିଛନ୍ତି, ଏହି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟକାରୀ (ଡ୍ରାଇଭିଂ) ପାଇଁ ଆମେ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଉଛୁ, ଯାହା ଆମର ଯୋଗାଣ ଶୃଙ୍ଖଳା କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ। ଏପରିକି ୨୦୫୦ ସୁଦ୍ଧା ନେଟ୍‌ ଜିରୋ କାର୍ବନ ପ୍ରତି ଆମର ପ୍ରୟାସରେ ଏହି ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri