Posted inଖେଳ

ଦକ୍ଷିଣ ଆଫ୍ରିକା ଲାଗି ସହଜ ହେବ ନାହିଁ

ଜୋହାନ୍ସବର୍ଗ,୫।୧: ଚଳିତ ନ୍ୟୁ ଇୟର ତଥା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନ୍‌ର ଟାର୍ଗେଟ ଛିଡ଼ା କରିଛି ଭାରତୀୟ ଦଳ। ତେବେ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍‌ରେ ଏତେ ବଡ଼ ବିଜୟ ଲକ୍ଷ୍ୟ ହାସଲ କରିବା ଘରୋଇ ଦଳ ପାଇଁ ସହଜ ହେବ ନାହିଁ। ଏହାର ମୁଖ୍ୟ କାରଣ ହେଉଛି ଓ୍ବାଣ୍ଡରର୍ସ ପିଚ୍‌ର ଅସମତଳ ବାଉନ୍ସ। ଏଭଳି ପରିସ୍ଥିତିରେ ଯଶପ୍ରୀତ ବୁମରା, ମହମ୍ମଦ ଶାମି, ମହମ୍ମଦ ସିରାଜ ଓ ଶାର୍ଦ୍ଦୁଳ ଠାକୁରଙ୍କୁ ଖେଳିବା କୌଣସି ବ୍ୟାଟରଙ୍କ ଲାଗି ସହଜ ହେବ ନାହିଁ। ତେବେ ରେକର୍ଡ ଦେଖିଲେ, କେବଳ ଥରେ ଦକ୍ଷିଣ ଆଫ୍ରିକା ୨୪୦ ରନ୍‌ର ଊର୍ଦ୍ଧ୍ୱ ବିଜୟ ଲକ୍ଷ୍ୟକୁ ପିଛା କରି ବିଜୟ ହାସଲ କରିଛି। ୨୦୦୧/୦୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ଡର୍ବାନ ଦକ୍ଷିଣ ଆଫ୍ରିକା ୩୩୫ ରନ୍‌ର ପିଛା କରି ବିଜୟ ହାସଲ କରିଥିଲା। ଏହା ଛଡ଼ା ୯ ଥର ୨୦୦ରୁ ଅଧିକ ରନ୍‌ର ପିଛା କରି ବିଫଳ ହୋଇଥିବା ବେଳେ ଗୋଟିଏ ମ୍ୟାଚ୍‌ ଅମୀମାଂସିତ ରଖିବାକୁ ସକ୍ଷମ ହୋଇଛି।

ଓ୍ବାଣ୍ଡରର୍ସ ଗ୍ରାଉଣ୍ଡ ଇତିହାସରେ ମାତ୍ର ଦୁଇ ଥର ୨୪୦ରୁ ଅଧିକ ରନ୍‌ର ପିଛା କରୁଥିବା ଦଳ ବିଜୟୀ ହୋଇଛି। ୨୦୧୧/୧୨ରେ ଅଷ୍ଟ୍ରେଲିଆ ୩୧୦ ରନ୍‌ର ଟାର୍ଗେଟକୁ ଚେଜ କରିଥିଲା। ୨୦୦୫/୦୬ରେ ଅଷ୍ଟ୍ରେଲିଆ ୨୯୨ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ବିଜୟ ଲକ୍ଷ୍ୟକୁ ପିଛା ମ୍ୟାଚ୍‌ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri