ଆହୁରି ୪ଦିନ ବର୍ଷିବ: ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩ା୭(ଅସମାପିକା ସାହୁ):ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସୋମବାର ପୁରୀରେ ସର୍ବାଧିକ ୪୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଅଧିକାଂଶ ଜିଲାରେ ପ୍ରବଳ ବର୍ଷିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଜାରି ରହିବ। ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଏସବୁ ଜିଲାଗୁଡ଼ିକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ମଙ୍ଗଳବାର ବରଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ବୁଧବାର କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଏବଂ ଅନୁଗୋଳରେ ପ୍ରବଳରୁ ଅତି ବର୍ଷା ଓ ଜଗତ୍‌ସିଂହପୁର, ଖୋର୍ଦ୍ଧା, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତ୍‌ସିଂହପୁର, ଯାଜପୁର, ସମ୍ବଲପୁର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?