ଆଉ ୫ଦିନ ବର୍ଷିବ

ଭୁବନେଶ୍ୱର,୧୫ା୮(ଅନୁରାଧା ମହାରଣା):ଦକ୍ଷିଣ ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ୫.୮ କିମି ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେଉଛି। ତେବେ ୧୫ ତାରିଖରୁ ବର୍ଷା ପରିମାଣ ବଢ଼ିବା ସହ ୫ଦିନ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ମଙ୍ଗଳବାର ରାଜ୍ୟର ସମସ୍ତ ଜିଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୦ ଜିଲାର କିଛି ସ୍ଥାନରେ ଝଡ଼ବର୍ଷାର ଆଶଙ୍କା ରହିଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ସୋନପୁର, ସମ୍ବଲପୁର ଓ ବଲାଙ୍ଗୀର ରହିଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୬ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘଡଘଡ଼ି ସହ ବର୍ଷା ହେବ ଓ ଝାରସୁଗୁଡ଼ା, ସମ୍ବଲପୂୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାର ମଧ୍ୟ କେତକ ସ୍ଥାନରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି। ୧୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ୧୯ ତାରିଖବେଳକୁ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ସୂଚନା ଦିଆଯାଇଛି।
୧୧ ଜିଲାରେ ନିଅଣ୍ଟିଆ, ୧୮ ଜିଲାରେ ସ୍ବାଭାବିକ ବର୍ଷା
ଜୁନ୍‌ ୧ରୁ ଅଗଷ୍ଟ ୧୪ ମଧ୍ୟରେ ରାଜ୍ୟରେ ମୋଟ ୬୬୪.୫ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୭୨୪.୮ ମିମିଠାରୁ ଯଥେଷ୍ଟ କମ୍‌ ରହିଛି। କେବଳ ବୌଦ୍ଧ ଜିଲାରେ ମାତ୍ରାଧିକ ବର୍ଷା ହୋଇଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ୧୧ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଅବଶିଷ୍ଟ ୧୮ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri