ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର,୧୩।୧୧(ବୁ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଯାହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।୧୫ ତାରିଖରେ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ୧୭ ତାରିଖ ପରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୪ରୁ୫ ଦିନ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ଏହି ସୂଚନା ମିଳିଛି।