୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା ହେବ ବୋଲି ଭବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରବିବାର କୋରାପୁଟରେ ସର୍ବାଧିକ ୨୫ ମିମି ବର୍ଷା ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୧୪.୪, ପାରାଦୀପ ୯, ବାରିପଦା ୮.୬, ଭୁବନେଶ୍ୱରରେ ୫.୧ ମିମି ବର୍ଷା ରେକର୍ଡ କରାଯାଇଛି। ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି, କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ତେବେ ଜୁଲାଇ ୧ରୁ ବର୍ଷା ପରିମାଣ ବଢ଼ିବ। ଉକ୍ତ ଦିନ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପେଟ ରାଜ୍ୟରେ ଜୁନ୍‌ ୧ରୁ ୨୭ ମଧ୍ୟରେ ୧୭୪.୯ ମିମି ବର୍ଷା ରେକର୍ଡ ହୋଇଛି, ଯାହା ସ୍ବାଭାବିକ ବର୍ଷା ୧୮୬.୧ ମିମିଠାରୁ ୬ ପ୍ରତିଶତ କମ୍‌ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ସମୟ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ୧୦ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଏହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% କମ୍‌ ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଆଦି ୭ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ଜିଲାରେ ସର୍ବାଧିକ ୨୫୭.୪ ମିମି ବର୍ଷା ହୋଇଥିବାବେଳେ ଗଞ୍ଜାମ ଜିଲାରେ ସର୍ବନିମ୍ନ ୭୯.୫ମିମି ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri