୨୪ ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୭: ରାଜ୍ୟର ୧୦ରୁ ଅଧିକ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଏପରି କି ୯ରୁ ୧୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଗୁରୁବାର ବାରିପଦାରେ ସର୍ବାଧିକ ୩୮.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇ ଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୦ଡିଗ୍ରୀ ସେଲସିୟସ ତାପମାତ୍ରା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri