ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ତାହା ଗତି କରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରପ୍‌ ଲାଇନ୍‌ ବର୍ତ୍ତମାନ ଦକ୍ଷିଣ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ତା’ପରେ ଦକ୍ଷିଣ-ପୂର୍ବ ଦିଗରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଝାରସୁଗୁଡ଼ା ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ସୋମବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୩ ଓ ୧୪ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳଗୁଡ଼ିକର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ସୋମବାର କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ପୁରୀ, ଜଗତ୍‌ସିଂହପୁର, ଅନୁଗୋଳ ଓ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ବିଳମ୍ବିତ ସା ଆଡ଼କୁ କିଛି ସ୍ଥାନରେ ହାଲୁକା ବର୍ଷା, ବଜ୍ରପାତ ଏବଂ କଟକର କିଛି ସ୍ଥାନରେ ମଧ୍ୟମ ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆସନ୍ତା ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri