୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପକୁ ନେଇ ଚାଷୀକୂଳ ଆଶାବାନ୍ଧି ବସିଥିବାବେଳେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ଆରମ୍ଭ କରିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି. ବର୍ଷା ହୋଇଛି। ଫଳରେ ସହରର ଅଧିକାଂଶ ରାସ୍ତାରେ ପାଣି ସୁଅ ଚାଲିବାରୁ ବହୁ ସମୟ ପର୍ଯ୍ୟନ୍ତ ଯାତାୟତ ଠପ୍‌ ହୋଇଯାଇଥିଲା। ସେହିପରି ପାରଳାଖେମଣ୍ଡିରେ ୫୮ମି.ମି., କଟକ ୨୦, ଭବାନିପାଟଣା ୨୦, ବଲାଙ୍ଗୀର ୧୬, କେନ୍ଦୁଝରରେ ୧୫ ମି.ମି. ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ଭୁବନେଶ୍ୱର, ଫୁଲବାଣୀ, ଟିଟିଲାଗଡ଼, ନୟାଗଡ଼, ମାଲକାନଗିରି, କୋରାପୁଟ, ଅନୁଗୋଳରେ ମଧ୍ୟ ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତ ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୧୬ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜରି କରିଛି।

୧୫ ତାରିଖରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ। ସେହିପରି ୧୬ରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ଓ ୧୭ରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପାରିପାଗ ବିଭାଗର ଏହି ସୂଚନା ପରେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏସ୍‌ଆର୍‌ସିଙ୍କ ଚିଠିରେ ଉଲ୍ଲେଖ ରହିଛି ଯେ, ୟେଲୋ ଓ୍ବାର୍ନିଂ ଥିବା ଜିଲାଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଞ୍ଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri