୫ ଦିନ ଯାଏ ପ୍ରବଳ ବର୍ଷିବ, ଏହି ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୭: ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ତେବେ ଦକ୍ଷିଣ ଓଡ଼ିଶାର ୭ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

Share
Tags: rain