୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପକୁ ନେଇ ଚାଷୀକୂଳ ଆଶାବାନ୍ଧି ବସିଥିବାବେଳେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ଆରମ୍ଭ କରିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି. ବର୍ଷା ହୋଇଛି। ଫଳରେ ସହରର ଅଧିକାଂଶ ରାସ୍ତାରେ ପାଣି ସୁଅ ଚାଲିବାରୁ ବହୁ ସମୟ ପର୍ଯ୍ୟନ୍ତ ଯାତାୟତ ଠପ୍‌ ହୋଇଯାଇଥିଲା। ସେହିପରି ପାରଳାଖେମଣ୍ଡିରେ ୫୮ମି.ମି., କଟକ ୨୦, ଭବାନିପାଟଣା ୨୦, ବଲାଙ୍ଗୀର ୧୬, କେନ୍ଦୁଝରରେ ୧୫ ମି.ମି. ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ଭୁବନେଶ୍ୱର, ଫୁଲବାଣୀ, ଟିଟିଲାଗଡ଼, ନୟାଗଡ଼, ମାଲକାନଗିରି, କୋରାପୁଟ, ଅନୁଗୋଳରେ ମଧ୍ୟ ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତ ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୧୬ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜରି କରିଛି।

୧୫ ତାରିଖରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ। ସେହିପରି ୧୬ରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ଓ ୧୭ରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପାରିପାଗ ବିଭାଗର ଏହି ସୂଚନା ପରେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏସ୍‌ଆର୍‌ସିଙ୍କ ଚିଠିରେ ଉଲ୍ଲେଖ ରହିଛି ଯେ, ୟେଲୋ ଓ୍ବାର୍ନିଂ ଥିବା ଜିଲାଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଞ୍ଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଦିନ ଝଡ଼ବର୍ଷା; ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦।୫(ଅନୁରାଧା ମହାରଣା)- ରାଜ୍ୟର ଅଧାରୁ ଅଧିକ ଜିଲାରେ କାଳ ବୈଶାଖୀ ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିଛି। ୩ଟି ସହରକୁ ବାଦଦେଲେ ସମଗ୍ର ଓଡ଼ିଶାରେ ତାପମାତ୍ରା ଗୁରୁବାର...

ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’:ଏତିକି ବେଳୁ ଆରମ୍ଭ ହେବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଶୁକ୍ରବାର ରାତି ୮ଟା ୩୦ରେ ଏକ...

ବିରୋଧୀଙ୍କ ଉପରେ ଭାରି ପଡିପାରେ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ BSKY ଯୋଜନା

ଭୁବନେଶ୍ୱର,୧୦ା୫: ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ।...

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ବକୁଳରେ ଉନ୍ମୋଚନ ହେବ ନନ୍ଦିନୀଙ୍କ ଜୀବନୀ

ଭୁବନେଶ୍ୱର,୧୦ା୫(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍‌ ଲେଡି...

ରୁବେଲା ଆତଙ୍କ: ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୫ (ବନ୍ଦନା ସେଠୀ): ଓଡ଼ିଶାର ୨ ଶିଶୁ ରୁବେଲା ଭାଇରସ୍‌ରେ ଆକ୍ରାନ୍ତ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏପରିସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଏହାକୁ...

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ...

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri